ରାଜ୍ୟ

ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, HALର ପ୍ରତିରକ୍ଷା ଉତ୍ପାଦନ ୟୁନିଟ୍‌ ପରିଦର୍ଶନ କରିବେ

ଭୁବନେଶ୍ୱର, ୦୫/୧୦: ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଆସନ୍ତାକାଲି ସେ କୋରାପୁଟ ଜିଲ୍ଲା ଗସ୍ତ କରିବେ। ଗସ୍ତ ସମୟରେ ସୁନାବେଡ଼ାସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL)ର ପ୍ରତିରକ୍ଷା ଉତ୍ପାଦନ ୟୁନିଟ୍ ପରିଦର୍ଶନ କରିବେ ।

ସୂଚନା ଅନୁଯାୟୀ, ସୁନାବେଡ଼ା HAL ୟୁନିଟ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜନାଥ ସିଂହ ଯୋଗଦେବେ । ଏହି ଅବସରରେ ୟୁନିଟ୍ରେ ପ୍ରତିରକ୍ଷା ଉତ୍ପାଦନ ସହ ଜଡ଼ିତ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ସହ HALର ବରିଷ୍ଠ ଅଧିକାରୀ ଏବଂ ପ୍ରତିରକ୍ଷା କ୍ଷେତ୍ର ସହ ଜଡ଼ିତ ଅଧିକାରୀଙ୍କ ସହ ଆଲୋଚନା କରିପାରନ୍ତି ।

ରାଜନାଥ ସିଂହଙ୍କ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ । ପ୍ରତିରକ୍ଷା ଉତ୍ପାଦନ ଓ HAL ୟୁନିଟ୍‌ର ବିଭିନ୍ନ ପ୍ରସଙ୍ଗ ନେଇ ଏହି ଗସ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଗସ୍ତ ଶେଷ କରି ଅପରାହ୍ନରେ ରାୟପୁର ଦେଇ ରାଜନାଥ ସିଂହ ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି।

 

 

 

 

 

ସୌଜନ୍ୟ ପ୍ରମେୟ

Show More

Leave a Reply

Your email address will not be published. Required fields are marked *

Back to top button