ରାଜ୍ୟ

Re-developed Kalinga Studio ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ ଲୋକାର୍ପିତ

ଭୁବନେଶ୍ୱରରେ ପୁନର୍ବିକଶିତ କଳିଙ୍ଗ ଷ୍ଟୁଡିଓ ଲୋକାର୍ପିତ। ଶୁଟିଂ, ସାଉଣ୍ଡ, ଡବିଂ ଓ ପୋଷ୍ଟ-ପ୍ରଡକ୍ସନ୍ ସହ ଆର୍କାଇଭ୍ ଓ ମ୍ୟୁଜିୟମ ରହିଛି।

ଭୁବନେଶ୍ୱର: ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡ଼ିଓ’ର ଆଜି (ସୋମବାର) ଲୋକାର୍ପଣ ହୋଇଛି। ଏହା ସହିତ ସିନେମା ଐତିହ୍ୟର ସୁରକ୍ଷା ପାଇଁ କଳିଙ୍ଗ ଷ୍ଟୁଡିଓରେ ନିର୍ମିତ ସ୍ୱତନ୍ତ୍ର ଆର୍କାଇଭ୍ ଓ ମ୍ୟୁଜିୟମର ଏବଂ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (OFDC)ର ନୂତନ ଅଫିସିଆଲ୍ ପୋର୍ଟାଲକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ।

ଲୋକାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଣିକି ଓଡ଼ିଆ ଚଳଚ୍ଚିତ୍ର ନିର୍ମାତାମାନଙ୍କୁ ବୈଷୟିକ କାର୍ଯ୍ୟ ପାଇଁ ଆଉ ଅନ୍ୟ ରାଜ୍ୟମୁହାଁ ହେବାକୁ ପଡ଼ିବ ନାହିଁ। ଏଥିରେ ଅନେକ ବିଶ୍ୱସ୍ତରୀୟ ସୁବିଧା ଉପଲବ୍ଧ କରାଯାଇଛି। ଆଗାମୀ ଦିନରେ ଆହୁରି ଅନେକ ଅତ୍ୟାଧୁନିକ ସୁବିଧାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅତ୍ୟାଧୁନିକ ସୁବିଧାରେ ସଜ୍ଜିତ ନୂତନ କଳିଙ୍ଗ ଷ୍ଟୁଡ଼ିଓ ବଦଳୁଥିବା ସମୟ ଏବଂ ଡିଜିଟାଲ୍ ଯୁଗର ଆବଶ୍ୟକତାକୁ ଆଖି ଆଗରେ ରଖି କଳିଙ୍ଗ ଷ୍ଟୁଡ଼ିଓକୁ ଏକ ସ୍ୱୟଂସମ୍ପୂର୍ଣ୍ଣ ଇକୋସିଷ୍ଟମ ଭାବେ ବିକଶିତ କରାଯାଇଛି। ଏଠାରେ ଇନ୍‌ଡୋର୍ ଶୁଟିଂ ଫ୍ଲୋର୍, ସ୍ନୋ-ହାଉସ୍, କ୍ରୋମା ଫ୍ଲୋର୍, ଟେକ୍-ଜୋନ୍, ସାଉଣ୍ଡ ରେକର୍ଡିଂ, ଡବିଂ, ଏଡିଟିଂ ଏବଂ ପୋଷ୍ଟ-ପ୍ରଡକ୍ସନ୍ ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button