ରାଜ୍ୟ

Dead: ପୋଖରୀରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ; ଦିନକ ପରେ ମୃତଦେହ ଉଦ୍ଧାର

ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ପୁଲିସ ଜିଲ୍ଲା ଅନ୍ତର୍ଗତ ବହଳଦା ଥାନା କୁଲଗି ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ କୁଲଗି ଗ୍ରାମର ଗିରିଧାରୀ ସେଠୀ।

ରାଇରଙ୍ଗପୁର/ବହଳଦା: ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ପୁଲିସ ଜିଲ୍ଲା ଅନ୍ତର୍ଗତ ବହଳଦା ଥାନା କୁଲଗି ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ କୁଲଗି ଗ୍ରାମର ଗିରିଧାରୀ ସେଠୀ।

ସୂଚନା ଅନୁଯାୟୀ ଗିରିଧାରୀ ଘର ନିକଟସ୍ଥ ବିଲରେ ଥିବା ଏକ ପୋଖରୀକୁ ଶୌଚ ପାଇଁ ଯାଇଥିଲେ। ସେଠାରେ ଅସାବଧାନତା ବଶତଃ ଗୋଡ଼ ଖସିଯିବାରୁ ସେ ଗଭୀର ପାଣି ଭିତରକୁ ଚାଲିଯାଇ ବୁଡ଼ି ଯାଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ସେ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ପୋଖରୀ ତୁଠର ପାରିପାର୍ଶ୍ୱିକ ସ୍ଥିତି ଦେଖି ସେ ପାଣିରେ ବୁଡ଼ି ଯାଇଥିବା ନେଇ ପରିବାର ଲୋକେ ସନ୍ଦେହ କରିଥିଲେ।

ତେବେ ଘଟଣାର ପ୍ରାୟ ୨୪ ଘଣ୍ଟା ପରେ ଆଜି ତାଙ୍କ ମୃତଦେହ ପୋଖରୀ ପାଣିରେ ଭାସୁଥିବା ଦେଖି ଗ୍ରାମବାସୀ ତୁରନ୍ତ ବହଳଦା ଥାନାକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଓ ବହଳଦା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ପରେ ପୋଲିସ ଶବକୁ ବ୍ୟବଚ୍ଛେଦ ନିମନ୍ତେ ରାଇରଙ୍ଗପୁର ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛି। ଏନେଇ ବହଳଦା ଥାନାରେ କେସ୍ ନଂ ୮/୨୬ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button