ରାଜ୍ୟ

ବୋହୂ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲା ଶ୍ଵଶୁର, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

କୋକୋସରା, ୧୨/୧୦ : ଯୌତୁକ ଲୋଭରେ ବୋହୂ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲା ଶ୍ଵଶୁର । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋତମୁଣ୍ଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମହିଳାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆମପାଣି ଥାନାରେ ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନାନୁଯାୟୀ, ୨୦୨୧ରେ ବିବାହ ପରଠାରୁ ଯୌତୁକକୁ ନେଇ ଗୀତାଞ୍ଜଳିଙ୍କୁ ତାଙ୍କୁ ଶାଶୁଘର ଲୋକ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ । ଗତକାଲି ସନ୍ଧ୍ୟାରେ ତାଙ୍କ ଶ୍ଵଶୁର ଗୀତାଞ୍ଜଳିଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଧର୍ମଗଡ଼ ଡାକ୍ତରଖାନା ଓ ପରେ ସ୍ବାସ୍ୟବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏନେଇ ଗୀତାଞ୍ଜଳିଙ୍କ ବାପା ଆମପାଣି ଥାନାରେ ଅଭିଯୋଗ କରିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି ।

 

 

 

 

ସୌଜନ୍ୟ ପ୍ରମେୟ

Show More

Leave a Reply

Your email address will not be published. Required fields are marked *

Back to top button