ଦେଶ ବିଦେଶ
Supreme Court : ଏସ୍ଆଇଆର୍ ବିରୋଧରେ ରାହୁଲଙ୍କ ଆବେଦନ: ନିର୍ବାଚନ କମିସନ ଓ ୩ ଆୟୁକ୍ତଙ୍କୁ ସୁପ୍ରିମ୍କୋର୍ଟଙ୍କ ନୋଟିସ୍
ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ଭୋଟରଙ୍କ ନାମ ବାଦ୍ ପଡ଼ିଥିବା ଅଭିଯୋଗକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଅନ୍ୟ ବିରୋଧୀ ଦଳର ନେତାମାନେ କରିଥିବା ଆବେଦନ ଉପରେ ସୁପ୍ରିମ୍କୋର୍ଟ ଗୁରୁବାର ନିର୍ବାଚନ କମିସନଙ୍କୁ ଜବାବ ମାଗିଛନ୍ତି।

ନୂଆଦିଲ୍ଲୀ: ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ଭୋଟରଙ୍କ ନାମ ବାଦ୍ ପଡ଼ିଥିବା ଅଭିଯୋଗକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଅନ୍ୟ ବିରୋଧୀ ଦଳର ନେତାମାନେ କରିଥିବା ଆବେଦନ ଉପରେ ସୁପ୍ରିମ୍କୋର୍ଟ ଗୁରୁବାର ନିର୍ବାଚନ କମିସନଙ୍କୁ ଜବାବ ମାଗିଛନ୍ତି। ଏହି ମାମଲାରେ ମୁଖ୍ୟ ନିର୍ବାଚନ କମିସନର (ସିଇସି) ଜ୍ଞାନେଶ କୁମାର ଏବଂ ଅନ୍ୟ ଦୁଇ ନିର୍ବାଚନ ଆୟୁକ୍ତ ସୁଖବୀର ସିଂହ ସାନ୍ଧୁ ଓ ବିବେକ ଯୋଶୀଙ୍କୁ ମଧ୍ୟ ନୋଟିସ୍ ଜାରି କରାଯାଇଛି।
ସୌଜନ୍ୟ ସମ୍ବାଦ




