ରାଜ୍ୟ
Flood compensation: ଚଳିତବର୍ଷର ବନ୍ୟା କ୍ଷତିପୂରଣର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ: ୭୨ଘଣ୍ଟା ମଧ୍ୟରେ ସମସ୍ତ ପ୍ରଭାବିତଙ୍କୁ କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଚଳିତ ବର୍ଷର ବନ୍ୟା କ୍ଷୟକ୍ଷତିର ଚୂଡ଼ାନ୍ତ ଆକଳନ ଏବଂ କ୍ଷତିପୂରଣ ପ୍ରଦାନ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶ୍ରୀ ପୂଜାରୀ କହିଛନ୍ତି ଯେ ଚଳିତବର୍ଷ ରାଜ୍ୟରେ ୧୨ଟି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୬ଟି ଅବପାତର ରୂପ ନେଇଥିଲା।

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଚଳିତ ବର୍ଷର ବନ୍ୟା କ୍ଷୟକ୍ଷତିର ଚୂଡ଼ାନ୍ତ ଆକଳନ ଏବଂ କ୍ଷତିପୂରଣ ପ୍ରଦାନ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶ୍ରୀ ପୂଜାରୀ କହିଛନ୍ତି ଯେ ଚଳିତବର୍ଷ ରାଜ୍ୟରେ ୧୨ଟି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୬ଟି ଅବପାତର ରୂପ ନେଇଥିଲା। ଏହା ପ୍ରଭାବରେ ରାଜ୍ୟର ପ୍ରାୟ ୨୮ଟି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ପ୍ରାୟ ସମସ୍ତ ଜିଲ୍ଲା ଉଣା ଅଧିକେ ପ୍ରଭାବିତ ହୋଇଛି। ମୁଖ୍ୟମନ୍ତ୍ରୀ ବନ୍ୟା ପ୍ରଭାବିତ ଅଞ୍ଚଳ ପାଇଁ କ୍ଷତିପୂରଣ ଆକାରରେ ୧୦୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଥିଲେ। କ୍ଷତିଗ୍ରସ୍ତ ଚାଷଜମି, ଫସଲ, ବାସଗୃହ, ବାସନକୁସନ, ଡଙ୍ଗା, ମାଛଧରା ଜାଲ ଆଦି ପାଇଁ କ୍ଷତିପୂରଣ ପ୍ରଦାନ କରାଯାଇଛି l
ସୌଜନ୍ୟ ସମ୍ବାଦ




