ରାଜ୍ୟ

Film producer: ଚଳଚ୍ଚିତ୍ର ପ୍ରଯୋଜକ ନିରଞ୍ଜନ ରଣାଙ୍କ ପରଲୋକ

ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ପ୍ରଯୋଜକ ନିରଞ୍ଜନ ରଣାଙ୍କର ୫୫ବର୍ଷ ବୟସରେ ପରଲୋକ ହୋଇଛି। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ପ୍ରଯୋଜକ ନିରଞ୍ଜନ ରଣାଙ୍କର ୫୫ବର୍ଷ ବୟସରେ ପରଲୋକ ହୋଇଛି। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ତାଙ୍କ ବିୟୋଗରେ ଓଲିଉଡ୍‌ ଜଗତରେ ଶୋକର ଛାୟା ଖେଳିଯାଇଛି।

ନିରଞ୍ଜନ ରଣା ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଜଣେ ପରିଚିତ ପ୍ରଯୋଜକ ଥିଲେ। ସେ ଅନେକ ଲୋକପ୍ରିୟ ଓଡ଼ିଆ ଚଳଚ୍ଚିତ୍ରର ପ୍ରଯୋଜନା ସହ ଜଡ଼ିତ ଥିଲେ। ତାଙ୍କ ପ୍ରଯୋଜିତ ଚଳଚ୍ଚିତ୍ର ‘ଯେ ପାଞ୍ଚେ ପର ମନ୍ଦ’, ‘ହରି ଭାଇ ହାରେନା’ ଓ ‘ପହିଲି ରଜ’ ଆଦି ବେଶ୍‌ ଲୋକପ୍ରିୟ ହୋଇଥିଲା। ତାଙ୍କ ଦେହାନ୍ତ ଖବର ଜଣାପଡ଼ିବା ପରେ ଚଳଚ୍ଚିତ୍ର ଜଗତ ସହ ଜଡ଼ିତ ବ୍ୟକ୍ତି ଓ ସିନେପ୍ରେମୀଙ୍କ ମଧ୍ୟରେ ଶୋକପ୍ରକାଶ ପାଇଛି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button