ରାଜ୍ୟ

Heavy rain: କନ୍ଧମାଳରେ ୩ଜଣଙ୍କ ମୃତ୍ୟୁ ଘଟଣା: ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳ ଜିଲ୍ଲାରେ ବାତ୍ୟା 'ଅର୍ଣ୍ଣବ' ଜନିତ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ସମୟରେ ରାଇକିଆ ବ୍ଲକ ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେଶି ଗ୍ରାମରେ ୩ଜଣଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଭୁବନେଶ୍ବର/ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ବାତ୍ୟା ‘ଅର୍ଣ୍ଣବ’ ଜନିତ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ସମୟରେ ରାଇକିଆ ବ୍ଲକ ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେଶି ଗ୍ରାମରେ ୩ଜଣଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଡାଙ୍ଗେଶି ଗ୍ରାମର ଦମ୍ପତ୍ତି ଅଚ୍ୟୁତ ପ୍ରଧାନ, ଅନୀଷା ପ୍ରଧାନ ଏବଂ ସେମାନଙ୍କ ଶିଶୁସନ୍ତାନଙ୍କର ଦୁଃଖଦ ପ୍ରାଣହାନି ଘଟିଛି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।

ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ପ୍ରବଳ ବର୍ଷାରେ ଗ୍ରାମର ୧୫ ଘର ଧୋଇଯାଇଥିବା ଜଣାପଡ଼ିଛି।ଘଟଣାସ୍ଥଳରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ଓ ଏସପି ରମେନ୍ଦ୍ର ପ୍ରସାଦ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button