ରାଜ୍ୟ

Central Team Assesses Damage ଗଞ୍ଜାମ ଜିଲ୍ଲାରେ ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ କଲା କେନ୍ଦ୍ରୀୟ ଟିମ୍: ପ୍ରାଥମିକ ଆକଳନରେ ୫୦୦କୋଟି ଟଙ୍କା କ୍ଷତି

ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମରେ ପ୍ରାୟ ୫୦୦ କୋଟି ଟଙ୍କାର କ୍ଷତି ହୋଇଥିବା ପ୍ରାଥମିକ ଆକଳନ। ୮ ଜଣିଆ କେନ୍ଦ୍ରୀୟ ଟିମ୍ ବିଭିନ୍ନ ଅଞ୍ଚଳ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିଛି।

ଛତ୍ରପୁର(ବସନ୍ତ କୁମାର ମହାରଣା): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁଁ ଗଞ୍ଜାମ ଜିଲ୍ଲାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର ଆକଳନ ନିମନ୍ତେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରବି ଶଙ୍କରଙ୍କ ନେତୃତ୍ୱରେ ଆଠଜଣିଆ ଅନ୍ତଃମନ୍ତ୍ରାଳୟ କେନ୍ଦ୍ରୀୟ ପ୍ରତିନିଧି ଦଳ ବିଭିନ୍ନ ସ୍ଥାନ ପରିଦର୍ଶନ କରିଛନ୍ତି। ପ୍ରାଥମିକ ଆକଳନରେ ଗଞ୍ଜାମ ଜିଲ୍ଲାରେ ପ୍ରାୟ ୫ଶହ କୋଟି ଟଙ୍କାର ସମ୍ପତ୍ତି କ୍ଷତି ହୋଇଥିବା ଜଣାଯାଇଛି।

ଅନୁଧ୍ୟାନ ସମୟରେ ଚାଷଜମିରେ ବାଲିଚର ମାଡ଼ିଯିବା, ନଦୀବନ୍ଧ ଓ ଜଳସେଚନ ପ୍ରକଳ୍ପର କ୍ଷତି, ଗ୍ରାମ୍ୟ ରାସ୍ତା, ବିଦ୍ୟୁତ୍ ଭିତ୍ତିଭୂମି, ବାସଗୃହ, ବ୍ୟବସାୟିକ ପ୍ରତିଷ୍ଠାନ ଏବଂ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର କ୍ଷୟକ୍ଷତି ସମ୍ପର୍କରେ ଟିମ୍ ସବିଶେଷ ତଥ୍ୟ ସଂଗ୍ରହ କରିଥିଲା। ଏଥିସହ ବନ୍ୟା ବିପନ୍ନଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଓ କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଥିଲେ। ଚାଷଜମିକୁ ଯାଇ ଫସଲ ନଷ୍ଟର ପରିମାଣ ଅନୁଧ୍ୟାନ କରିବା ସହ ଆବଶ୍ୟକ ନମୁନା ମଧ୍ୟ ସଂଗ୍ରହ କରିଥିଲେ।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button