ରାଜ୍ୟ
Cyclone Arnab: ‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ କଲା କେନ୍ଦ୍ରୀୟ ଟିମ୍: ଗଞ୍ଜାମରେ ହଜାରେ କୋଟି କ୍ଷତି!
ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁଁ ଗଞ୍ଜାମ ଜିଲ୍ଲାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର କ୍ଷେତ୍ରସ୍ତରୀୟ ଅନୁଧ୍ୟାନ କରିଛି ୮ଜଣିଆ ଅନ୍ତଃମନ୍ତ୍ରାଳୟ କେନ୍ଦ୍ରୀୟ ପ୍ରତିନିଧି ଦଳ। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ...

ହିଞ୍ଜିଳିକାଟୁ/ଆସିକା/ପୁରୁଷୋତ୍ତମପୁର/ଧରାକୋଟ: ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁଁ ଗଞ୍ଜାମ ଜିଲ୍ଲାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର କ୍ଷେତ୍ରସ୍ତରୀୟ ଅନୁଧ୍ୟାନ କରିଛି ୮ଜଣିଆ ଅନ୍ତଃମନ୍ତ୍ରାଳୟ କେନ୍ଦ୍ରୀୟ ପ୍ରତିନିଧି ଦଳ। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରବିଶଙ୍କରଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍ ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ବିସ୍ତୃତ ଆକଳନ କରିଛନ୍ତି। କେନ୍ଦ୍ରୀୟ ଟିମ୍ ପୁରୁଷୋତ୍ତମପୁର ବ୍ଲକ୍ର ଆଛୁଲି, ପ୍ରତାପପୁର, ହାଣ୍ଡିଘର ଓ ହନୁମାନପଲ୍ଲୀର ହୀରାଧରବାଟି ଜଳସେଚନ ପ୍ରକଳ୍ପକୁ ଯାଇଥିଲେ। ପରେ ହିଞ୍ଜିଳି ବ୍ଲକ୍ର ଘୋଡ଼ାହାଡ଼ ପୋଲ ଓ ଜୟମଙ୍ଗଳ ଜଳସେଚନ ପ୍ରକଳ୍ପର କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ। ଆସିକାର ଲକ୍ଷ୍ମୀ ବଜାର, ନବରତ୍ନପୁର ଓ ଉପଖଣ୍ଡ ଚିକିତ୍ସାଳୟ ସମେତ ଧରାକୋଟ ବ୍ଲକ୍ର ଜାହାଡ଼ା ଗ୍ରାମ ଓ ଜାନିବିଲି ଆନିକଟ ମଧ୍ୟ ବୁଲି ଦେଖିଥିଲେ।
ସୌଜନ୍ୟ ସମ୍ବାଦ




