ଜିଲ୍ଲାରାଜ୍ୟ

Vice President C. P. Radhakrishnan ବିଧାୟକମାନଙ୍କ ଏକଦିବସୀୟ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ଯୋଗଦେବେ ଉପରାଷ୍ଟ୍ରପତି

ନଭେମ୍ବର ୧୬ରେ ଓଡ଼ିଶା ଗସ୍ତରେ ଆସି ବିଧାୟକଙ୍କ ଏକଦିବସୀୟ ଓରିଏଣ୍ଟେସନ୍‌ରେ ଯୋଗଦେବେ ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ। ବଜେଟ୍ ଓ ସଂସଦୀୟ କମିଟି କାର୍ଯ୍ୟ ଉପରେ ତାଲିମ ଦିଆଯିବ।

ଭୁବନେଶ୍ୱର:  ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ ନଭେମ୍ବର ୧୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଏକଦିବସୀୟ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ଯୋଗ ଦେବେ ।

ଆଜି(ସୋମବାର) ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏହି ଗସ୍ତନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

ସୂଚନାନୁସାରେ, ଉକ୍ତ ଓରିଏଣ୍ଟେସନ୍‌ କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢୀ ଅଧ୍ୟକ୍ଷତା କରିବେ। କାର୍ଯ୍ୟକ୍ରମରେ ତିନିଟି ଅଧିବେଶନ ରହିବ । ଉଦଘାଟନୀ ଅଧିବେଶନରେ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ ।
ଓଡ଼ିଶା ବିଧାନସଭାରେ ମୋଟ ୩୫ଟି ସଂସଦୀୟ କମିଟି ରହିଛି । ସଂସଦୀୟ କମିଟି ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ କେରଳ ଓ ଓଡ଼ିଶା ଉଲ୍ଲେଖନୀୟ ଭାବେ କାର୍ଯ୍ୟ କରୁଛନ୍ତି । ଏହି ବ୍ୟବସ୍ଥାକୁ ଆହୁରି ସକ୍ରିୟ ଓ ଫଳପ୍ରଦ କରିବା ସହ ବିଧାୟକମାନଙ୍କ ଦକ୍ଷତା ବିକାଶ କରିବା ଏହି ଓରିଏଣ୍ଟେସନ୍ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button