Vice President: ୧୬ରେ ଆସିବେ ଉପରାଷ୍ଟ୍ରପତି: ବିଧାୟକଙ୍କ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ଯୋଗଦେବେ, ୨୮ରେ ଆସିପାରନ୍ତି ଅମିତ ଶାହ
ଆସନ୍ତା ନଭେମ୍ବର ୧୬ରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଆୟୋଜିତ ଦିନିକିଆ ଓରିଏେଣ୍ଟସନ୍ କାର୍ଯ୍ୟକ୍ରମରେ...

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୬ରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଆୟୋଜିତ ଦିନିକିଆ ଓରିଏେଣ୍ଟସନ୍ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଆୟୋଜନର ଉଦ୍ଦେଶ୍ୟ ନେଇ ଶ୍ରୀ ମହାଲିଙ୍ଗ କହିଛନ୍ତି ଯେ ଓଡ଼ିଶା ବିଧାନସଭାରେ ମୋଟ ୩୫ଟି ସଂସଦୀୟ କମିଟି ରହିଛି। ସଂସଦୀୟ କମିଟି ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ କେରଳମ୍ ଓ ଓଡ଼ିଶା ଉଲ୍ଲେଖନୀୟ ଭାବେ କାର୍ଯ୍ୟ କରୁଛନ୍ତି। ଏହି ବ୍ୟବସ୍ଥାକୁ ଆହୁରି ସକ୍ରିୟ ଓ ଫଳପ୍ରଦ କରିବା ସହ ବିଧାୟକମାନଙ୍କ ଦକ୍ଷତା ବିକାଶ କରିବାକୁ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏହାସହ ବିଭିନ୍ନ ବିଭାଗର କାର୍ଯ୍ୟକାରିତା, ସରକାରୀ ଯୋଜନା ଓ ନିଷ୍ପତ୍ତିର ରୂପାୟନ ଏବଂ କାର୍ଯ୍ୟନିର୍ବାହୀ ବିଭାଗଗୁଡ଼ିକର କାର୍ଯ୍ୟଧାରା ଉପରେ ବିଧାୟକମାନେ କିପରି ପ୍ରଭାବଶାଳୀ ଭାବେ ନଜର ରଖିପାରିବେ ସେ ସମ୍ପର୍କରେ ଆବଶ୍ୟକ ତାଲିମ ପ୍ରଦାନ କରାଯିବ।
ସୌଜନ୍ୟ ସମ୍ବାଦ




