ରାଜ୍ୟ
Exam: ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା: ମାର୍ଚ୍ଚ ୩୧ ଯାଏଁ ଚାଲିବ, ୨୨ଟି ପରୀକ୍ଷା ଦିନ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଥିଓରି ପରୀକ୍ଷା ଫେବ୍ରୁଆରି ୧୬ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ।

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଥିଓରି ପରୀକ୍ଷା ଫେବ୍ରୁଆରି ୧୬ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ୨୨ଟି ପରୀକ୍ଷା ଦିନ ରହିଛି। ସମସ୍ତ ବିଷୟର ପରୀକ୍ଷା ପ୍ରତିଦିନ ପୂର୍ବାହ୍ଣ ୧୦ଟାରୁ ଆରମ୍ଭ ହେବ। ଚଳିତବର୍ଷ ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାରରେ ପରୀକ୍ଷା ଦେବା ଲାଗି ଏବେ ସୁଦ୍ଧା ୪ ଲକ୍ଷ ୧୫ ହଜାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି। ରେଗୁଲାରରେ କେବଳ ୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ରହିଛନ୍ତି। ଥିଓରି ପରୀକ୍ଷା ଆରମ୍ଭ ହେବାର ୩୦ ମିନିଟ୍ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ର ଭିତରକୁ ପ୍ରବେଶ କରିବେ। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବାଧ୍ୟତାମୂଳକ କରିବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ସୌଜନ୍ୟ ସମ୍ବାଦ




