Cyclone Breaking: ବାତ୍ୟା ‘ଅକ୍ଭାନ୍’ ମୁକାବିଲା ପାଇଁ ସରକାରଙ୍କ ବ୍ୟାପକ ପ୍ରସ୍ତୁତି, ରାତି ୩ଟା ଯାଏ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦/୧୧:ବାତ୍ୟା ‘ଅକ୍ଭାନ୍’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସ୍ଥିତିର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାତି ଅଧିଆ SRC କାର୍ଯ୍ୟାଳୟରେ ପହଞ୍ଚି ସମୀକ୍ଷା କରିଛନ୍ତି ।
ସୂଚନା ଅନୁଯାୟୀ, ଗୁରୁବାର ରାତି ପ୍ରାୟ ୧୦ଟା ୩୦ରେ SRC କାର୍ଯ୍ୟାଳୟରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ରାତି ୩ଟା ପର୍ଯ୍ୟନ୍ତ ରହି ବାତ୍ୟାର ସ୍ଥିତି ଓ ମୁକାବିଲା ପ୍ରସ୍ତୁତିର ତନ୍ନତନ୍ନ ଯାଞ୍ଚ କରିଥିଲେ। ବାତ୍ୟାର ଗତିପଥ, ଲୋକଙ୍କ ସ୍ଥାନାନ୍ତରଣ, ଆଶ୍ରୟସ୍ଥଳୀ ଏବଂ ପ୍ରଶାସନିକ ପଦକ୍ଷେପ ସମ୍ପର୍କରେ ଅଧିକାରୀଙ୍କଠାରୁ ସବିଶେଷ ତଥ୍ୟ ନେଇଥିଲେ। ଏହାସହ ଗଞ୍ଜାମ ଓ ପୁରୀ ଜିଲ୍ଲାପାଳଙ୍କ ସହ ଫୋନ୍ ଯୋଗେ କଥା ହୋଇ ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ରହିଛି। ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ।
ସରକାରଙ୍କ ସୂଚନା ଅନୁଯାୟୀ, ଏବେସୁଦ୍ଧା ରାଜ୍ୟର ୩୦ଟି ଜିଲ୍ଲାରୁ ୩ ଲକ୍ଷରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସେହିପରି ୭ଟି ଜିଲ୍ଲାର ୯୪୯ଟି ଭୂସ୍ଖଳନ ପ୍ରବଣ ଗାଁରୁ ଲୋକଙ୍କୁ ସ୍ଥାନାନ୍ତରଣ ପ୍ରକ୍ରିୟା ଜାରି ରହିଛି। ବାତ୍ୟାର ପ୍ରଭାବକୁ ଦୃଷ୍ଟିରେ ରଖି ଜନଜୀବନର ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ପ୍ରଶାସନ ସଜାଗ ରହିଛି।
ସୌଜନ୍ୟ ପ୍ରମେୟ




