ରାଜ୍ୟ

Suspended: ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା: ବିଦ୍ୟାଭାରତୀ ପଣ୍ଡା ଚାକିରିରୁ ନିଲମ୍ବିତ

ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ରାଜ୍ୟ ସରକାର ଚାକିରିରୁ ନିଲମ୍ବିତ କରିଛନ୍ତି। ତାଙ୍କୁ ପ୍ରାଣୀ ସଂପଦ ବିଭାଗ ନିଲମ୍ବିତ କରିଥିବା ଜଣାଯାଇଛି।

ଉଦଳା/ ପାରଳାଖେମୁଣ୍ଡି: ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ରାଜ୍ୟ ସରକାର ଚାକିରିରୁ ନିଲମ୍ବିତ କରିଛନ୍ତି। ତାଙ୍କୁ ପ୍ରାଣୀ ସଂପଦ ବିଭାଗ ନିଲମ୍ବିତ କରିଥିବା ଜଣାଯାଇଛି। ଜେଲ୍‌ ଯିବା ପରେ ବିଦ୍ୟାଭାରତୀ ପଣ୍ଡାଙ୍କୁ କାହିଁକି ଚାକିରିରୁ ନିଲମ୍ବିତ କରାଯାଉନାହିଁ ବୋଲି ବିଭିନ୍ନ ମହଲରେ ପ୍ରଶ୍ନ ହେଉଥିଲା। ସୂଚନାଯୋଗ୍ୟ,  ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ପଣ୍ଡା ଏବେ ଜେଲରେ ଅଛନ୍ତି। ବିଦ୍ୟାଭାରତୀଙ୍କ ବାପ ଘର ମୟୂରଭଞ୍ଜଜିଲ୍ଲା କପ୍ତିପଦା ଥାନା ଅଞ୍ଚଳରେ।

ଯୋଜନାବଦ୍ଧ ହତ୍ୟା ଅଭିଯୋଗ

ପ୍ରକାଶ ଥାଉକି, ୨୦୨୧ ଜୁଲାଇ ୧୧ ତାରିଖରେ ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ରହସ୍ୟଜନକ ପରିସ୍ଥିତିରେ ନିଆଁରେ ପୋଡ଼ି ହୋଇ ଗୁରୁତର ଆହତ ହୋଇଥିଲେ। ତାଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡ଼ିଯାଇଥିଲା। ପ୍ରଥମେ ତାଙ୍କୁ ବ୍ରହ୍ମପୁର ଓ ପରେ କଟକର ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ଜୁଲାଇ ୧୨ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ଏକ ଦୁର୍ଘଟଣା ନୁହେଁ, ବରଂ ଯୋଜନାବଦ୍ଧ ହତ୍ୟା ବୋଲି ଅଭିଯୋଗ କରି ମୃତକଙ୍କ ବାପା ଅଭିରାମ ମହାପାତ୍ର ଜୁଲାଇ ୧୪ ତାରିଖରେ ପାରଳାଖେମୁଣ୍ଡି ଥାନାରେ ଏତଲା ଦେଇଥିଲେ। ଏଥିରେ ତତ୍କାଳୀନ  ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା, ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାମ ଉଲ୍ଲେଖ କରିଥିଲେ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button