Breaking News

ଆଉ ଏକ ବାତ୍ୟା ଭୟ, ଦାନା ବାନ୍ଧୁଛି ଲଘୁଚାପ

ଆସନ୍ତା ୫ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଧୀରେ ଧୀରେ ଏହା ଅଧିକ ଘନୀଭୂତ ହୋଇ ୭ ତାରିଖ ବେଳକୁ ଅବପାତରେ ପରିଣତ ହେବ। ଅବପାତଟି ବାତ୍ୟାରେ ପରିଣତ ହେବାର ସମ୍ଭାବନା କମ୍‌ ରହିଥିବା ବେଳେ ପଶ୍ଚିମ ଦିଗକୁ ଗତି କରି ତାମିଲନାଡ଼ୁ ଉପକୂଳରେ ପହଞ୍ଚିବ।

0

ଭୁବନେଶ୍ବର: ଆସନ୍ତା ୫ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଧୀରେ ଧୀରେ ଏହା ଅଧିକ ଘନୀଭୂତ ହୋଇ ୭ ତାରିଖ ବେଳକୁ ଅବପାତରେ ପରିଣତ ହେବ। ଅବପାତଟି ବାତ୍ୟାରେ ପରିଣତ ହେବାର ସମ୍ଭାବନା କମ୍‌ ରହିଥିବା ବେଳେ ପଶ୍ଚିମ ଦିଗକୁ ଗତି କରି ତାମିଲନାଡ଼ୁ ଉପକୂଳରେ ପହଞ୍ଚିବ। ପ୍ରଭାବରେ ୭ରୁ ୧୧ ତାରିଖ ମଧ୍ୟରେ ତାମିଲନାଡ଼ୁ, ରାୟଲସୀମା ଓ କେରଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଓଡ଼ିଶା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଆସନ୍ତା ୭ ଦିନ ଯାଏଁ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉତ୍ତର-ପୂର୍ବଉତ୍ତର ଦିଗରୁ ଆସୁଥିବା ପବନ, ଉପକୂଳର ଶୁଷ୍କ ବାୟୁ ସାଙ୍ଗରେ ମିଶିବା ପରେ କିଛି ଅଞ୍ଚଳରେ ଘଡ଼ଘଡ଼ି ବିଜୁଳି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ପୂର୍ବାନୁମାନ ଅନୁଯାୟୀ ଆଗକୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା କମିବ। ଭୁବନେଶ୍ବର ସମେତ ଦକ୍ଷିଣ ଓଡ଼ିଶା ଉପକୂଳରେ ନଭେମ୍ବର ୨ରୁ ୬ ମଧ୍ୟରେ ରାତି ତାପମାତ୍ରା ପ୍ରାୟ ଦୁଇ ଡିଗ୍ରି କମିବାକୁ ଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରରେ ୧.୫ ଡିଗ୍ରି ଓ ଉତ୍ତର ଅଭ୍ୟନ୍ତରରେ ୨.୫ ଡିଗ୍ରି କମିବ। ୬ ତାରିଖ ପରେ ଦୁଇରୁ ତିନି ପର୍ଯ୍ୟନ୍ତ ପାଗ ମେଘୁଆ ରହିବା ସହ ସର୍ବନିମ୍ନ ତାପମାତ୍ରା ବଢ଼ିବ। ଶନିବାର ପୂର୍ବ ଦକ୍ଷିଣ ବଙ୍ଗୋପସାଗର ସଂଲଗ୍ନ ଥାଇଲାଣ୍ଡରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୫ ତାରିଖରେ ପୂର୍ବ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ତିନି ଦିନ ପରେ ଏହା ଅବପାତରେ ପରିଣତ ହେବ ଏବଂ ବିସ୍ତୃତି ବହୁତ ରହିବ। ମଡେଲ୍‌ରୁ ଜଣାପଡ଼ୁଛି ଯେ ଏହା ପ୍ରାୟତଃ ପଶ୍ଚିମ କିମ୍ବା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡ଼ୁ ମୁହାଁଇବ। ଯଦି ଅବପାତରେ ପରିଣତ ହୁଏ ତାହା ହେଲେ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ। ଲଘୁଚାପ ସୃଷ୍ଟି ହେବା ପରେ ଏହା ଉପରେ ଅଧିକ ପୂର୍ବାନୁମାନ କରାଯାଇପାରିବ ବୋଲି ସେ କହିଛନ୍ତି।

ସୌଜନ୍ୟ – ସମ୍ବାଦ

 

Leave A Reply

Your email address will not be published.