ରାଜ୍ୟ

Accident: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଆଖି ବୁଜିଲେ ଉଭୟ ଆରୋହୀ

ଯଶିପୁର ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୨ ବାଇକ୍ ଆରୋହୀ ପ୍ରାଣ ହରାଇଛନ୍ତି। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ୨୨୦ ନମ୍ବର ଜାତୀୟ ରାଜପଥ ପାଣ୍ଠ ଛକ ନିକଟରେ।

ବୈଶିଙ୍ଗା/ବାରିପଦା: ମୟୂରଭଞ୍ଜଜିଲ୍ଲା ଯଶିପୁର ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୨ ବାଇକ୍ ଆରୋହୀ ପ୍ରାଣ ହରାଇଛନ୍ତି। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ୨୨୦ ନମ୍ବର ଜାତୀୟ ରାଜପଥ ପାଣ୍ଠ ଛକ ନିକଟରେ।

ମୃତକ କେନ୍ଦୁଝର ଜିଲ୍ଲା ଅଞ୍ଚଳର

ସୂଚନା ଅନୁଯାୟୀ, ୨ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ହିଁ ଉଭୟ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରେ ଯଶିପୁର ପୁଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ମୃତ ୨ ବାଇକ୍ ଆରୋହୀ କେନ୍ଦୁଝର ଜିଲ୍ଲା ଅଞ୍ଚଳର ବୋଲି ପୁଲିସ ସୂଚନା ଦେଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button