ରାଜ୍ୟ
Accident: ଭୟାବହ ସଡ଼କ ଦୁର୍ଘଟଣା: ଜଣେ ମହିଳା ମୃତ, ୮ ଜଣ ଗୁରୁତର
ଗଂଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଛକ ନିକଟ ଜାତୀୟ ରାଜପଥରେ ବୁଧବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ୭ରୁ ୮ ଜଣ ଗୁରୁତର ଆହତ ହୋଇଛନ୍ତି।

ଛତ୍ରପୁର (ବସନ୍ତ ମହାରଣା): ଗଂଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଛକ ନିକଟ ଜାତୀୟ ରାଜପଥରେ ବୁଧବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ୭ରୁ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ହେଲେ ରୋଜାଲିନି ମିଶ୍ର। ଆହତମାନଙ୍କୁ ସ୍ଥାନୀୟ ଲୋକ ଓ ପୁଲିସ ଉଦ୍ଧାର କରି ବ୍ରହ୍ମପୁରସ୍ଥିତ ଏମ୍କେସିଜି ମେଡିକାଲ୍ କଲେଜ ଓ ହସ୍ପିଟାଲକୁ ପଠାଇଛନ୍ତି।
ସୌଜନ୍ୟ ସମ୍ବାଦ




