Breaking News

ବାହାନଗା ରେଳ ଦୁର୍ଘଟଣା: ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧.୯୫ କୋଟି ଟଙ୍କା ମଞ୍ଜୁର, ୭ଟି ଜିଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ସହାୟତା ପ୍ରଦାନ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି।
ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ।

Leave A Reply

Your email address will not be published.