Balijatra 2026: କଟକ ବାଲିଯାତ୍ରାରେ ମୁଖ୍ୟ ଅତିଥି ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଐତିହାସିକ କଟକ ବାଲିଯାତ୍ରା-୨୦୨୬ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ମହାନଦୀ କୂଳରେ ଆୟୋଜିତ ହେବାକୁ ଥିବା ଏହି ଆଠ ଦିବସୀୟ ଯାତ୍ରାରେ ଚଳିତ ଥର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ହେବେ। ସେ ଆସନ୍ତା ୨୪ ତାରିଖ ସନ୍ଧ୍ୟାରେ ବାଲିଯାତ୍ରାକୁ ଉଦ୍ଘାଟନ...

କଟକ: ଐତିହାସିକ କଟକ ବାଲିଯାତ୍ରା-୨୦୨୬ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ମହାନଦୀ କୂଳରେ ଆୟୋଜିତ ହେବାକୁ ଥିବା ଏହି ଆଠ ଦିବସୀୟ ଯାତ୍ରାରେ ଚଳିତ ଥର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ହେବେ। ସେ ଆସନ୍ତା ୨୪ ତାରିଖ ସନ୍ଧ୍ୟାରେ ବାଲିଯାତ୍ରାକୁ ଉଦ୍ଘାଟନ କରିବେ। କଟକ ଜିଲ୍ଲା ପ୍ରସାସନ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, କଟକ ବାଲିଯାତ୍ରା ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ଠାରୁ ଆରମ୍ଭ ହେବ। ଏହି ଯାତ୍ରା ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଅନ୍ୟ ବର୍ଷ ଭଳି ଏଥରର ବାଲିଯାତ୍ରାକୁ ଭବ୍ୟ କରିବା ପାଇଁ ରାଜ୍ୟ ସରକାର, କଟକ ଜିଲ୍ଲା ପ୍ରଶାସନ ଏବଂ କଟକ ମହାନଗର ନିଗମ ପକ୍ଷରୁ ପ୍ରସ୍ତୁତି ତୀବ୍ର କରିଦିଆଯାଇଛି। ଏଥର ଉପର ପଡ଼ିଆ ସହ ତଳ ପଡ଼ିଆରେ ମଧ୍ୟ ବାଲିଯାତ୍ରା ଆୟୋଜନ କରାଯିବ। ବାଲିଯାତ୍ରାକୁ ଆସୁଥିବା ଲୋକଙ୍କ ସୁବିଧା ପାଇଁ ଗତବର୍ଷ ତୁଳନାରେ ଚଳିତବର୍ଷ ପାର୍କିଂ ବ୍ୟବସ୍ଥା ବଢ଼ାଯିବ। ଭିଡ଼ ନିୟନ୍ତ୍ରଣ ସହ ଯାନବାହନ ପାର୍କିଂକୁ ନେଇ ପ୍ରଶାସନ ପକ୍ଷରୁ ବିଶେଷ ଯୋଜନା କରାଯାଉଛି।
ଆକର୍ଷଣ ହେବ ମହାନଦୀରେ ଜଳକ୍ରୀଡ଼ା
ଫଳରେ ଦର୍ଶକଙ୍କ ପାଇଁ ମନୋରଞ୍ଜନର ଭରପୂର ବ୍ୟବସ୍ଥା ରହିବ। ଏଥର ବାଲିଯାତ୍ରାର ଆଉ ଏକ ଆକର୍ଷଣ ହେବ ମହାନଦୀରେ ଜଳକ୍ରୀଡ଼ା। ବାଲିଯାତ୍ରା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ମହାନଦୀରେ ଜଳକ୍ରୀଡ଼ାର ସୁବିଧା ଉପଲବ୍ଧ ରହିବ ବୋଲି କହିଛନ୍ତି ପ୍ରଶାସନ। ତେବେ ବାଲିଯାତ୍ରାରେ ଅଧିକ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା, ଟ୍ରାଫିକ୍ ଓ ପାର୍କିଂ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି। ଚଳିତବର୍ଷ ବାଲିଯାତ୍ରାକୁ ଆହୁରି ଆକର୍ଷଣୀୟ ଓ ସୁବ୍ୟବସ୍ଥିତ କରିବା ନେଇ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।
ସୌଜନ୍ୟ ସମ୍ବାଦ




