ଭୁବନେଶ୍ବର: ପୁଣି ମେଳି ବାନ୍ଧିଲେ ବିଜେଡି ନେତା । ଯାଜପୁର ବିଜେଡି ନେତାଙ୍କୁ ନେଇ ପ୍ରମିଳା ମଲ୍ଲିକଙ୍କ ଘରେ ବସିଛି ବଡ଼ ବୈଠକ । ତେବେ ମିଳିଥିବା ସୂଚନା ଅନୁସାରେ ଏହି ବୈଠକରେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ବା ବବି ଦାସଙ୍କ ସହିତ ରାଜ ନାରାୟଣ ମହାପାତ୍ର, ସୁଜାତା ସାହୁ, ଶର୍ମିଷ୍ଠା ସେଠୀ ଏବଂ ବିଶ୍ୱ ମଲ୍ଲିକଙ୍କ ଭଳି ନେତା ସାମିଲ ହୋଇଛନ୍ତି । ତେବେ ଏକାଧିକ ବିଜେଡି ନେତାଙ୍କ ଏହି ବୈଠକ ସୌଜନ୍ୟମୂଳକ ନା ଏହା ପଛରେ ଅନ୍ୟ କିଛି ଗୁମର ଲୁଚିଛି, ସେନେଇ କୌଣସି ବି ସୂଚନା ମିଳିପାରିନି ।
