Breaking News

କଟକ , ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ୩ଟି ଷ୍ଟେସନ ଅଫିସର, ୪ଟି ଲିଡିଂ ଫାୟାରମ୍ୟାନ, ୩ଟି ହାବିଲଦାର, ତିନିଟି ଫାୟାରମ୍ୟାନ ଡ୍ରାଇଭର ଓ ୩୦ଟି ଫାୟାରମ୍ୟାନ ପଦବୀ। ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ ।

Comments are closed.