Breaking News

ଦିଗପହଣ୍ଡି ବସ ଦୁର୍ଘଟଣା: ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଦିଗପହଣ୍ଡି ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆହତ ଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ବର : ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡି ଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତ ମାନଙ୍କୁ  ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି  । ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନ ଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ DPCC ଅଧ୍ୟକ୍ଷ ଓ ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.