Breaking News

୩୪ଟି ପାକ୍ସର ଭିତ୍ତିଭୂମି ବିକାଶ ନିମନ୍ତେ ଲେଖାଏଁ ଖର୍ଚ୍ଚ କରିବେ ୫୦ହଜାର ଟଙ୍କା

ରାଜ୍ୟ ସମବାୟ ବ୍ୟାଙ୍କ ଦ୍ଵାରା ପାକ୍ସ ଗୁଡିକୁ ସହାୟତା ପ୍ରଦାନ

ଭୁବନେଶ୍ବର:  ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ସମ୍ମିଳନୀ କକ୍ଷରେ ଆଜି ପାକ୍ସ ଗୁଡିକୁ ସହାୟତା ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଲେ ଯେ, ସମବାୟ ପ୍ରାଥମିକ କୃଷି ସେବା ସମବାୟ ସମିତି ଗୁଡିକର ଉତ୍କର୍ଷ ସାଧନ ପାଇଁ ଏଗୁଡ଼ିକର ସଦସ୍ୟ ସଦସ୍ୟାଙ୍କ ନିଷ୍ଠାପର ଅବଦାନ ଅପରିହାର୍ୟ୍ୟ । ସମବାୟ ସମିତି ଗୁଡିକ ସୁଦୃଢ ଓ ସଶକ୍ତ ହେଲେ ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିବ କ୍ଷ ରାଜ୍ୟ ସରକାର ପାକ୍ସ ଗୁଡିକୁ ସୁଦୃଢ କରିବା ପାଇଁ ସହାୟତା ପ୍ରଦାନ କରୁଛନ୍ତି । ସେଗୁଡିକୁ ଉପଯୁକ୍ତ ଜମି ଯୋଗାଇ ଦିଆଯାଉଛି କ୍ଷ ଭିତ୍ତିଭୂମିର ବିକାଶ ନିମନ୍ତେ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ପ୍ରଦାନ କରାଯାଉଛି । ବିଳମ୍ବ ନ କରି ସମୟୋଚିତ ଢଙ୍ଗରେ ଏହି ଆର୍ଥିକ ସହାୟତା ରାଶିର ସୁବିନିଯୋଗ ଜରୁରୀ । ମାର୍ଶାଘାଇ ଓ ମହାକାଳପଡ଼ା ଅଞ୍ଚଳର ୩୪ଟି ପାକ୍ସକୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି । ପର୍ୟ୍ୟାୟକ୍ରମେ ଅନ୍ୟ ସବୁ ବ୍ଲକରେ ଥିବା ପାକ୍ସ ଗୁଡିକୁ ଏହି ସହାୟତା ରାଶି ପ୍ରଦାନ କରାଯିବ । `

ଓଡ଼ିଶା ସମବାୟ ବ୍ୟାଙ୍କ ସଭାପତି  ଟି ପ୍ରସାଦ ରାଓ ଦୋରା ନିଜ ବକ୍ତବ୍ୟରେ କହିଥିଲେ ଯେ, ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯିଏ ସାରା ଭାରତରେ ଚାଷୀଙ୍କ ବୀମାକୁ ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦେଉଛି କ୍ଷ ଲ୍ୟାମ୍ପ୍ସ ଓ ପାକ୍ସ ଗୁଡିକର କମ୍ପୁଟରୀକରଣ , ମୋ ସେବା କେନ୍ଦ୍ର ପ୍ରତିଷ୍ଠା ଓ ଭିତ୍ତିଭୂମି ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ବାରୋପ କରୁଛନ୍ତି । ଜାତୀୟ ସ୍ତରରେ କୃଷି କ୍ଷେତ୍ରକୁ ସମବାୟ ଋଣ ମାତ୍ର ୧୭ ପ୍ରତିଶତ ଥିବାବେଳେ ଆମ ରାଜ୍ୟରେ କୃଷି ନିମନ୍ତେ ସମବାୟ ଋଣ ୫୨ ପ୍ରତିଶତ ହାସଲ କରିବା ନିଶ୍ଚିତ ରୂପେ ଗୌରବର ବିଷୟ ବୋଲି ଶ୍ରୀ ଦୋରା ମତବ୍ୟକ୍ତ କରିଥିଲେ ।
ବୈଠକରେ ଓଡ଼ିଶା ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଉଦ୍ଧବ ଚନ୍ଦ୍ର ମାଝୀ , କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ମୁଖ୍ୟ କାର୍ୟ୍ୟନିର୍ବାହୀ ଅଧିକାରୀ ଅନନ୍ତ କୁମାର ସାମଲ ଏବଂ ୩୪ ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସଭାପତି, ଉପସଭାପତି ଓ ସମ୍ପାଦକଗଣ ଏହି ସମାରୋହରେ ଉପସ୍ଥିତ ଥିଲେ ।

Comments are closed.