ରାଜ୍ୟ

Cuttack Fire, Minor Dies: କଟକ ହାତୀପୋଖରୀରେ ଭୟାବହ ଅଗ୍ନିକାଣ୍ଡ: ନାବାଳକ ମୃତ; ବୟସ୍କ ଗୁରୁତର

କଟକ ହାତୀପୋଖରୀ ଅଞ୍ଚଳରେ ତିନି ମହଲା କୋଠାରେ ଭୟାବହ ଅଗ୍ନିକାଣ୍ଡ ଘଟି ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ଥିବାବେଳେ ୩ ଘଣ୍ଟା ପରେ ନିଆଁ ଆୟତ୍ତ ହୋଇଛି।

କଟକ: କଟକ ମହାନଗରର ହାତୀପୋଖରୀ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ତିନି ମହଲା କୋଠାରେ ନିଆଁଲାଗି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ବୟସ୍କ ବ୍ୟକ୍ତି ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଅଗ୍ନିକାଣ୍ଡକୁ ନେଇ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିଲେ

ସୂଚନା ଅନୁସାରେ, ହାତୀପୋଖରୀ ଅଞ୍ଚଳରେ ଥିବା ଏକ ତିନି ମହଲା କୋଠାରେ ହଠାତ୍ ନିଆଁ ଲାଗିଯାଇଥିଲା । ଦେଖୁ ଦେଖୁ ନିଆଁର ପ୍ରକୋପ ବଢ଼ିବାରୁ ଘଟଣାସ୍ଥଳରେ ଆତଙ୍କ ଖେଳିଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ । ଦୀର୍ଘ ୩ ଘଣ୍ଟା ଧରି ଅକ୍ଳାନ୍ତ ପରିଶ୍ରମ କରିବା ପରେ ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିଲେ । ତେବେ ଏହି ଅଗ୍ନିକାଣ୍ଡରେ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ । ଉଭୟଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ।

ପ୍ରକୃତ କାରଣ ଏଯାଏଁ ଜଣାପଡ଼ିନାହିଁ

କିନ୍ତୁ ଦୁଃଖର ବିଷୟ, ଚିକିତ୍ସାଧୀନ ଅବସ୍ଥାରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ବୟସ୍କ ବ୍ୟକ୍ତି ଏବେ ବି ଗୁରୁତର ଅବସ୍ଥାରେ ଜୀବନ ସହ ସଂଗ୍ରାମ କରୁଛନ୍ତି । ଅନ୍ୟପଟେ, ଏତେ ବଡ଼ ଅଗ୍ନିକାଣ୍ଡ କିପରି ଘଟିଲା, ତାହାର ପ୍ରକୃତ କାରଣ ଏଯାଏଁ ଜଣାପଡ଼ିନାହିଁ ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button