ଜିଲ୍ଲା
Cyclone Breaking: ବାତ୍ୟା ‘ଅକ୍ଭାନ’ ପାଇଁ ଦୁଇଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା,୨୦/୧୧: ବତ୍ୟା ‘ଅକ୍ଭାନ’ ପାଇଁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ଦୁଇ ଦିନ ବନ୍ଦ ରହିବ । ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ବେଳେ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ନଭେମ୍ବର ୨୦ ଓ ୨୧ ତାରିଖ ଶିମିଳିପାଳ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆରସିସିଏଫ୍) ଡ. ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି ।
ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଦୁଇ ଦିନ ଧରି ଅଭୟାରଣ୍ୟ ଭିତରକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି । ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ସମସ୍ତ ଡିଏଫଓଙ୍କୁ ନିଷ୍ପତ୍ତି କାର୍ଯ୍ୟକାରୀ ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସୌଜନ୍ୟ ପ୍ରମେୟ




