ରାଜ୍ୟ

Depression Update: ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ, ରାଜ୍ୟରେ ଅତି ପ୍ରବଳ ବର୍ଷା ଆଶଙ୍କା, ୩ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର ୨୭/୦୭: ବଙ୍ଗୋପସାଗରରେ ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ କେନ୍ଦ୍ରୀଭୂତ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଅପରାହ୍ନରେ ବାଲେଶ୍ୱର ଏବଂ କ୍ୟାନିଂ ମଧ୍ୟରେ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜକୁ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । ଏହାସହ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିପାରେ । ବର୍ଷା ଯୋଗୁଁ ଅନେକ ସ୍ଥାନରେ ଆକସ୍ମିକ ବନ୍ୟା ପରିସ୍ଥିତି ଦେଖାଦେଇପାରେ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ସିଷ୍ଟମ୍ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଆଜି ଅପରାହ୍ନ ସୁଦ୍ଧା ଏହା ଓଡ଼ିଶାର ବାଲେଶ୍ୱର ଏବଂ ପଶ୍ଚିମବଙ୍ଗର କ୍ୟାନିଂ ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ସ୍ଥଳଭାଗ ଅତିକ୍ରମ କରିବା ସମୟରେ ଉପକୂଳିଆ ଅଞ୍ଚଳରେ ପବନର ବେଗ ବୃଦ୍ଧି ପାଇବା ସହ ନଦୀ ଓ ସମୁଦ୍ର ଅଶାନ୍ତ ରହିବ। ପବନର ବେଗ ୬୦-୭୦ କିମି ପର୍ଯ୍ୟନ୍ତ ରହିପାରେ।

ପ୍ରବଳ ବର୍ଷା ସମ୍ଭାବନାକୁ ଆଖିଆଗରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ନଯିବା ପାଇଁ ବାରଣ କରାଯାଇଛି। ଏହାସହ ନଦୀକୂଳିଆ ଓ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ଏବଂ ଆବଶ୍ୟକ ନହେଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ପ୍ରଶାସନିକ ସ୍ତରରେ ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଜାରି ହୋଇଛି।

 

 

 

 

 

ସୌଜନ୍ୟ ପ୍ରମେୟ

Show More

Leave a Reply

Your email address will not be published. Required fields are marked *

Back to top button