Dhabaleswar Temple : ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ୱର ପୀଠ, ଧାଡ଼ି ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ଵର, ୧୬/୧୧ : ମହାକାର୍ତ୍ତିକ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ହୋଇପଡିଛି ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ୱର ପୀଠ। ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର। ଭୋର୍ ୪ ଟାରୁ ବାବାଙ୍କୁ ସ୍ନାନ କରାଯାଇ ସମସ୍ତ ନୀତି ସମାପନ ପରେ ସାଧାରଣ ଦର୍ଶନ ପାଇଁ ଦ୍ଵାର ଫିଟା ଯାଇଥିଲା । ଶୃଙ୍ଖଳିତ ଦର୍ଶନ ନିମନ୍ତେ ପ୍ରଶାସନ ପକ୍ଷରୁ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯାଇଛି ।
ଶିବଶଙ୍କରଙ୍କର ଅତି ପ୍ରିୟ ବାର ସୋମବାର ସହିତ ସଂକ୍ରାନ୍ତି ପଡୁଥିବାରୁ ବାବା ଧବଳେଶ୍ବରଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି । ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ଦ୍ୱାର ଫିଟାଯାଇ ୧୦୮ଗରା ସୁବାସିତ ଜଳରେ ବାବାଙ୍କୁ ସ୍ନାନ କରାଯାଇ ସମସ୍ତ ନୀତି ସମାପନ ପରେ ସାଧାରଣ ଦର୍ଶନ ପାଇଁ ଦ୍ଵାର ଫିଟା ଯାଇଥିଲା । ଶୃଙ୍ଖଳିତ ଦର୍ଶନ ନିମନ୍ତେ ପ୍ରଶାସନ ପକ୍ଷରୁ ଧାଡି ଦର୍ଶନର ବ୍ୟବସ୍ଥା ସହିତ କଂକ୍ରିଟ ସେତୁରେ ଭିଡ ରୋକିବା ପାଇଁ ବ୍ୟାପକ ପୁଲିସ ମୁତୟନ କରାଯାଇଛି ।
ସୌଜନ୍ୟ ପ୍ରମେୟ




