ଅର୍ଥନୀତିଦେଶ ବିଦେଶ

Economic Survey Report Today: ଆଜି ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି (ଗୁରୁବାର) ପୂର୍ବାହ୍ନ ୧୧ଟାରେ ସଂସଦରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬କୁ ଉପସ୍ଥାପନ କରିବେ। ଏହା ହେଉଛି କେନ୍ଦ୍ର ସରକାରଙ୍କ ଆର୍ଥିକ ପ୍ରଦର୍ଶନ ଓ ଦେଶର ଅର୍ଥନୈତିକ ସ୍ଥିତିର ଏକ ରିପୋର୍ଟ; ଯେଉଁଥିରେ ଅଭିବୃଦ୍ଧି ହାର....

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି (ଗୁରୁବାର) ପୂର୍ବାହ୍ନ ୧୧ଟାରେ ସଂସଦରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬କୁ ଉପସ୍ଥାପନ କରିବେ। ଏହା ହେଉଛି କେନ୍ଦ୍ର ସରକାରଙ୍କ ଆର୍ଥିକ ପ୍ରଦର୍ଶନ ଓ ଦେଶର ଅର୍ଥନୈତିକ ସ୍ଥିତିର ଏକ ରିପୋର୍ଟ; ଯେଉଁଥିରେ ଅଭିବୃଦ୍ଧି ହାର, ମୁଣ୍ଡପିଛା ଆୟ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରର ଅଭିବୃଦ୍ଧି ତଥ୍ୟ ସାମନାକୁ ଆସିବ। କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ଏହି ରିପୋର୍ଟ ତିଆରି କରିଛନ୍ତି।

ସର୍ବେକ୍ଷଣ ରିପୋର୍ଟ ସଂସଦର ଉଭୟ ସଦନରେ ଉପସ୍ଥାପିତ ହେବା ପରେ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ବରନ୍‌ ଏକ ସାମ୍ବାଦିକ ସମ୍ମିଳନୀ କରି ଏହାର ମୁଖ୍ୟାଂଶ ଜଣାଇବେ। ପ୍ରତିବର୍ଷ ବଜେଟ ଉପସ୍ଥାପନ ପୂର୍ବରୁ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପନ କରାଯାଇଥାଏ। ଚଳିତ ବର୍ଷ ଫେବ୍ରୁଆରି ୧ ରବିବାର ପଡ଼ୁଛି। ପ୍ରଥମଥର ପାଇଁ ରବିବାର ଦିନ ଅର୍ଥମନ୍ତ୍ରୀ ୨୦୨୬-୨୭ ଆର୍ଥିକ ବର୍ଷର ଚିଠା ବଜେଟ ଉପସ୍ଥାପନ କରିବେ।

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button