Economy picture: ‘ରାଜ୍ୟର ନୀଳ ଅର୍ଥନୀତି ଚିତ୍ର ବଦଳିଯିବ’: ଭାରତ ଓ ନରୱେ ସରକାର ମିଳିତ ସହଯୋଗ କରିବେ

ଭୁବନେଶ୍ବର: ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପରିବେଶରେ ସନ୍ତୁଳନ ରକ୍ଷା କରିବା ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା ଏମ୍‌ଏସ୍‌ପି। ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟ ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷର ହୋଇଛି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର ଅତିରିକ୍ତ ସଚିବ ପୂଜା ମିଶ୍ର ଏବଂ ଜାତୀୟ ଉପକୂଳ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ଆର୍‌.ଏସ୍. କନ୍‌କରା ଏହି ଏମ୍‌ଓୟୁ ସ୍ବାକ୍ଷର କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ଏହି ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ କାର୍ଯ୍ୟକାରୀ ହେଲେ ରାଜ୍ୟର ନୀଳ ଅର୍ଥନୀତିର ଉନ୍ନତି ହେବା ସହ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷା ମଧ୍ୟ ହୋଇପାରିବ। ସ୍ଥାନୀୟ ଉପକୂଳ ଅର୍ଥନୀତିର ଉନ୍ନତି ସାଙ୍ଗକୁ ସାମୁଦ୍ରିକ ଜୀବଜଗତ ସୁରକ୍ଷିତ ରହିବେ।

ସୌଜନ୍ୟ ସମ୍ବାଦ