ରାଜ୍ୟ

Flood situation serious: ବନ୍ୟା ସ୍ଥିତି ଗମ୍ଭୀର: ମୁଖ୍ୟମନ୍ତ୍ରୀ ଦେଖିଲେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଓ ଭଦ୍ରକ ଜିଲ୍ଲା ଗସ୍ତ କରି ବନ୍ୟା ପରିସ୍ଥିତି ସମୀକ୍ଷା କରିବା ସହ ବନ୍ୟା ବିପନ୍ନଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ସଡ଼କପଥରେ ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍‌ ଗସ୍ତ କରିଥିଲେ।

ଯାଜପୁର/ଭଦ୍ରକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଓ ଭଦ୍ରକ ଜିଲ୍ଲା ଗସ୍ତ କରି ବନ୍ୟା ପରିସ୍ଥିତି ସମୀକ୍ଷା କରିବା ସହ ବନ୍ୟା ବିପନ୍ନଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ସଡ଼କପଥରେ ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍‌ ଗସ୍ତ କରିଥିଲେ। ପାୱାର ବୋଟ୍‌ ଯୋଗେ ସେ କସପା ଓ ତରପଦା ପଞ୍ଚାୟତର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ସହ ରାମଚନ୍ଦ୍ରପୁର, ବାଲଦା ଓ ଡୋଭାବିଲ୍‌ ଗ୍ରାମର ବନ୍ୟା ବିପନ୍ନଙ୍କୁ ଭେଟି ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ଏହାପରେ ବନ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ମୁଖ୍ୟମନ୍ତ୍ରୀ ବିପନ୍ନଙ୍କ ପାଇଁ ପ୍ରସ୍ତୁତ ରନ୍ଧାଖାଦ୍ୟର ମାନ ଯାଞ୍ଚ କରିଥିଲେ। ବନ୍ୟା ପ୍ରଭାବିତ ପରିବାରଙ୍କୁ ତ୍ୱରିତ ଓ ପର୍ଯ୍ୟାପ୍ତ ରିଲିଫ୍‌ ଯୋଗାଣ ସହ ବିଶୁଦ୍ଧ ପାନୀୟଜଳ ଓ ଆବଶ୍ୟକ ସ୍ୱାସ୍ଥ୍ୟସେବା ନିରବଚ୍ଛିନ୍ନ ଭାବେ ଯୋଗାଇଦେବାକୁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ବନ୍ୟା ସ୍ଥିତି ଉପରେ ୨୪ ଘଣ୍ଟିଆ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button