Former Chief Minister: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଉନ୍ମୋଚିତ
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ, ଆସାମର ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ସାହିତ୍ୟିକ ତଥା ଗବେଷକ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଏକ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ତୁଳସୀପୁରସ୍ଥିତ ଦୟା ଆଶ୍ରମ ପାର୍କରେ ଉନ୍ମୋଚିତ ହୋଇଛି।

କଟକ: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ, ଆସାମର ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ସାହିତ୍ୟିକ ତଥା ଗବେଷକ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଏକ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ତୁଳସୀପୁରସ୍ଥିତ ଦୟା ଆଶ୍ରମ ପାର୍କରେ ଉନ୍ମୋଚିତ ହୋଇଛି। ମେୟର ସୁବାସ ସିଂହଙ୍କ ପୌରୋହିତ୍ୟରେ ଆୟୋଜିତ ସ୍ମୃତିସଭାରେ ମୁଖ୍ୟଅତିଥି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅନଙ୍ଗ କୁମାର ପଟ୍ଟନାୟକ ଯୋଗ ଦେଇ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ସଭାରେ ସମ୍ମାନିତ ଅତିଥି ଭାବେ ରାଜ୍ୟସଭା ସଦସ୍ୟ ଡକ୍ଟର ସଂତୃପ୍ତ ମିଶ୍ର, ବାରବାଟୀ-କଟକ ବିଧାୟିକା ସୋଫିଆ ଫିରଦୋସ, ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ, ସୁରେଶ ରାଉତରାୟ, ଶଶୀଭୂଷଣ ବେହେରା ଓ ବିଜୟଲକ୍ଷ୍ମୀ ସାହୁ, ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ, ବରିଷ୍ଠ କଂଗ୍ରେସ ନେତା ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟିର ସମ୍ପାଦକ ଡକ୍ଟର ଗୋବିନ୍ଦ ଭୂୟାଁ, ସ୍ଥାନୀୟ କର୍ପୋରେଟର ବିକାଶ ରଞ୍ଜନ ବେହେରା, ସନ୍ତୋଷ କୁମାର ଭୋଳ, ବିଜେପି ନେତା ଲଲାଟେନ୍ଦୁ ବଡ଼ୁ, ମୋହନ ପତି, ବିଜେଡି ଜିଲ୍ଲା ସଭାପତି ପ୍ରଫୁଲ୍ଲ ସିଂହ, ନଗର (ଜିଲ୍ଲା) ସଭାପତି ଆଇନଜୀବୀ ସ୍ୱଦେଶ ଦାସ, ଆଇନଜୀବୀ ଦେବସ୍ନାନ ଦାଶ, ବିଶ୍ୱଜିତ ମହାନ୍ତି ପ୍ରମୁଖ ଯୋଗ ଦେଇ ସ୍ୱର୍ଗତ ପଟ୍ଟନାୟକଙ୍କ ଜୀବନ, ଆଦର୍ଶ, ରାଜନୈତିକ ଦୂରଦୃଷ୍ଟି ଓ ଓଡ଼ିଶାର ବିକାଶରେ ତାଙ୍କର ଅବଦାନକୁ ସ୍ମରଣ କରିଥିଲେ।
ସୌଜନ୍ୟ ସମ୍ବାଦ




