Breaking News

୨୨ ତାରିଖରେ ଅଧାଦିନ ସରକାରୀ ଛୁଟି

ଭୁବନେଶ୍ୱର : ଅଯୋଧ୍ୟାରେ ପ୍ରଭୁ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ପାଳନ ପରିପ୍ରେକ୍ଷୀରେ ରାଜ୍ୟ ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି । ଏହି ମର୍ମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ ଚଳିତ ୨୨ ତାରିଖ ଦିନ ଅପରାହ୍ନ ୨.୩୦ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟିଆଲ୍‌ କୋର୍ଟ (କାର୍ଯ୍ୟନିର୍ବାହୀ)ଗୁଡ଼ିକ ବନ୍ଦ ରହିବ ।

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଜାନୁଆରୀ ୨୨ ତାରିଖ ଦିନ ଅଧା ଦିନ ଛୁଟି ରହିବ। ଅର୍ଥାତ୍‌ ଜାନୁଆରୀ ୨୨ ଦିନ ଅପରାହ୍ନ ୨ଟା ୩୦ ଯାଏଁ କେନ୍ଦ୍ର ସରକାରଙ୍କ ସମସ୍ତ ଅଫିସ୍ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ସରକାରୀ

ଛୁଟି ଘୋଷଣା କରିବାକୁ କେତେକ ରାଜ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ରଖିଥିଲେ।

Comments are closed.