ରାଜ୍ୟ
Highcourt: ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଂଗକୁ ନେଇ ଜନସ୍ବାର୍ଥ ମାମଲା, ଏକ ସପ୍ତାହ ଭିତରେ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ତ୍ରୁଟିମୁକ୍ତ ପାଠ୍ୟପୁସ୍ତକ ଯୋଗାଇବାରେ ସରକାରୀ ଅବହେଳା ଅଭିଯୋଗ ନେଇ ଦାୟର ଜନସ୍ୱାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି।

କଟକ: ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ତ୍ରୁଟିମୁକ୍ତ ପାଠ୍ୟପୁସ୍ତକ ଯୋଗାଇବାରେ ସରକାରୀ ଅବହେଳା ଅଭିଯୋଗ ନେଇ ଦାୟର ଜନସ୍ୱାର୍ଥ ମାମଲାକୁ ହାଇକୋର୍ଟଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ମାମଲାରେ ରାଜ୍ୟ ସରକାରଙ୍କ ନିକଟରୁ ହାଇକୋର୍ଟ ଜବାବ ତଲବ କରିଛନ୍ତି। ଏକ ସପ୍ତାହ ଭିତରେ ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେବା ସହିତ ନଭେମ୍ବର ୯କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଓ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାନବାଧିକାର କର୍ମୀ ଆଇନଜୀବୀ ପ୍ରବୀର କୁମାର ଦାସଙ୍କ ଜନସ୍ବାର୍ଥ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।
ସୌଜନ୍ୟ ସମ୍ବାଦ




