Horoscope 2026 September 15: ଜାଣନ୍ତୁ ଆଜିର ରାଶିଫଳ…
ନକାରାତ୍ମକ ଚିନ୍ତା ଆପଣଙ୍କ ମସ୍ତିଷ୍କରେ ଆସିବାକୁ ଦିଅନ୍ତୁ ନାହିଁ। ଧନଲାଭର ସମ୍ଭାବନା। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ବ୍ୟାଙ୍କରେ କାମ କରୁଥିବା ଲୋକଙ୍କୁ ଭଲ ଖବର ମିଳିବ। ପ୍ରେମ ଜୀବନ ଭଲ ରହିବ। ସାମାଜିକ କାର୍ଯ୍ୟରେ ସହଯୋଗ ଦେବେ।

ମେଷ: ନକାରାତ୍ମକ ଚିନ୍ତା ଆପଣଙ୍କ ମସ୍ତିଷ୍କରେ ଆସିବାକୁ ଦିଅନ୍ତୁ ନାହିଁ। ଧନଲାଭର ସମ୍ଭାବନା। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ବ୍ୟାଙ୍କରେ କାମ କରୁଥିବା ଲୋକଙ୍କୁ ଭଲ ଖବର ମିଳିବ। ପ୍ରେମ ଜୀବନ ଭଲ ରହିବ।
ବୃଷ: ସାମାଜିକ କାର୍ଯ୍ୟରେ ସହଯୋଗ ଦେବେ। ଶତ୍ରୁ ଆପଣଙ୍କ ଆଗରେ ନତମସ୍ତକ ହେବେ। ଜରୁରୀ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ।
ମିଥୁନ: ମହତ୍ବପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହେବା ଯୋଗୁଁ ଆର୍ଥିକ ସ୍ଥିତିରେ ସୁଧାର ହେବ। ନୂଆ ବିଚାରକୁ ଖୋଲା ମନରେ ସ୍ବୀକାର କରନ୍ତୁ। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ। ବସ୍ତ୍ର ବ୍ୟବସାୟୀଙ୍କର ଯଥେଷ୍ଟ ଲାଭ ହେବ।
କର୍କଟ: ବ୍ୟବସାୟରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ପାଇବେ। ଉଦରଜନିତ ପୀଡ଼ାରୁ ଆରାମ ପାଇବେ। ଜମି ଦଲାଲ ବକେୟା ଅର୍ଥ ପାଇବେ। ଘରକୁ ବନ୍ଧୁ ଆସିବେ। କାର ଚଳାଇବା ଶିଖିପାରନ୍ତି।
ସିଂହ: ମନରେ ବହୁତ ସକାରାତ୍ମକ ଭାବନା ଆସିବ। ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। ଯେଉଁ ଗୃହିଣୀମାନେ ନୂଆ ବ୍ୟବସାୟ କରିବାକୁ ଚାହୁଛନ୍ତି ସେମାନଙ୍କ ଲାଗି ଉତ୍ତମ ସମୟ। ଧନପ୍ରାପ୍ତି ଯୋଗ ରହିଛି।
କନ୍ୟା: ଆପଣ ଯାହା ଚାହିବେ ତାହା ହାସଲ କରିପାରିବେ। ପାରିବାରିକ ଜୀବନ ସୁଖକର ହେବ। ବ୍ୟବସାୟରେ ସ୍ଥିରତା ବଜାୟ ରହିବ। ରାଜନୀତି ଓ ସମାଜିକ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ବହୁତ ଭଲ।
ତୁଳା: ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷଙ୍କୁ ଭଲ ଜାଗାରେ ଚାକିରି ମିଳବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ। ପରିବାରରେ ନୂଆ ଦାୟିତ୍ବ ଗ୍ରହଣ କରିବେ।
ବିଛା: ଆତ୍ମବିଶ୍ବାସ ଓ ଆଶାଯୁକ୍ତ ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି କରିବେ। ବ୍ୟବସାୟ ଆରମ୍ଭ କରିବା ଲାଗି ନୂଆ ଯୋଜନା ସଫଳ ରହିବ। ଜୀବନସାଥୀର ପ୍ରେମ ଓ ସୁଖ ପାଇବେ।
ଧନୁ: କର୍ମଜୀବୀ ମହିଳାଙ୍କ ଲାଗି କାମର ବୋଝ କମ୍ ରହିବ। ରାଜନୀତିରେ ଆର୍ଥିକ ଲାଭ ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଜାୟ ରହିବ। ଛାତ୍ର କିଛି ନୂଆ ଶିଖିବାର ସୁଯୋଗ ପାଇବେ।
ମକର: ଏକାଗ୍ର ମନରେ କରୁଥିବା କାମ ଲାଭଦାୟକ ହେବ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ପୂର୍ବ ଦାୟିତ୍ବକୁ ସଂପୂର୍ଣ୍ଣ କରିପାରିବେ। ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ।
କୁମ୍ଭ: ପରିସ୍ଥିତି ଏଭଳି ହେବଯେ ପୂର୍ବ ଜିନିଷକୁ ଆପଣଙ୍କ ଆଗରେ ଆଣି ଛିଡ଼ା କରିଦେବ। ଆପଣଙ୍କ ଚିନ୍ତା ବଢ଼ିପାରେ। ବ୍ୟବସାୟ ଡିଲ୍ ଫାଇନାଲ କରିବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମୀନ: ଆର୍ଥିକ ସ୍ଥିତିରେ ଉଠାଣ ଗଡ଼ାଣ ଲାଗି ରହିବ। କୌଣସି ସମାଧାନ କରିବା ପୂର୍ବରୁ ବୁଝିସୁଝି କରନ୍ତୁ। ରାଜନୀତି ଲୋକଙ୍କର ସମାଜରେ ପ୍ରଭାବ ବଢ଼ିବ। ଜୀବନସାଥୀଙ୍କଠାରୁ ଯଥେଷ୍ଟ ପ୍ରେମ ପାଇବେ।
ସୌଜନ୍ୟ ସମ୍ବାଦ




