ଦେଶ ବିଦେଶ

Hotel fire: ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୭ ଜୀବନ୍ତ ଦଗ୍ଧ

ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଭିତରେ ଫସି ରହିଥିବା ସାତ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଅନେକ ଆହତ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି।

କୋଲକାତା: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଭିତରେ ଫସି ରହିଥିବା ସାତ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଅନେକ ଆହତ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ସ୍ଥାନୀୟ ଲୋକମାନେ ଆଶଙ୍କା କରୁଛନ୍ତି ଯେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ।

ଅଗ୍ନିଶମ ବିଭାଗର ପ୍ରାରମ୍ଭିକ ଆକଳନ ଅନୁଯାୟୀ, ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ତେବେ ଅଗ୍ନିକାଣ୍ଡର ସଠିକ୍ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ, ତାରାପୀଠ ଏବଂ ରାମପୁରହାଟ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅଧିକାରୀଙ୍କ ଅନୁଯାୟୀ, ଅଗ୍ନିକାଣ୍ଡର କାରଣ ଏବଂ ଦୁର୍ଘଟଣାର ପାରିପାର୍ଶ୍ୱିକ ପରିସ୍ଥିତିର ତଦନ୍ତ କରାଯାଉଛି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button