ରାଜ୍ୟ

Jeevan Zindabad 2.0 ଜୀବନ ଜିନ୍ଦାବାଦ-୨.୦, ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲିବ ନାହିଁ: ମୁଖ୍ୟମନ୍ତ୍ରୀ

ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାରେ ନୂଆ ମଦ ଦୋକାନ ଖୋଲିବ ନାହିଁ। ‘ଜୀବନ ଜିନ୍ଦାବାଦ ୨.୦’ରେ ନିଶା ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ଆହ୍ୱାନ। ଯୁବପିଢ଼ିଙ୍କୁ ନିଶାଠାରୁ ଦୂରେଇବାକୁ ଗୁରୁତ୍ୱ।

ଭୁବନେଶ୍ୱର:  ଏପ୍ରିଲ ପହିଲାରେ ପ୍ରସ୍ତୁତ ନୂତନ ଅବକାରୀ ନୀତି ଅନୁସାରେ ଆଗାମୀ ତିନି ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ। ନିଶା କେବଳ ବ୍ୟକ୍ତିଗତ ଜୀବନକୁ ନୁହେଁ, ବରଂ ସମଗ୍ର ପରିବାର ଓ ସମାଜକୁ ବରବାଦ କରିଦେଉଛି ବୋଲି କହିବା ସହ  ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୁଲିସ,  ପକ୍ଷରୁ ଅନୁଷ୍ଠିତ ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ ଜିନ୍ଦାବାଦ- ୨.୦’ରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରୁ ନିଶାକୁ ମୂଳପୋଛ କରିବା ପାଇଁ ଦୃଢ଼ ଆହ୍ୱାନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ରାଜ୍ୟସରକାରଙ୍କ ପକ୍ଷରୁ ନିଶା ବିରୁଦ୍ଧରେ ‘ଜିରୋ ଟଲରେନ୍ସ’ ନୀତି ଜାରି ରହିଥିବା ସ୍ପଷ୍ଟ କରିଛନ୍ତି।  ସେ କହିଥିଲେ,  ଦେଶରେ ପ୍ରତିବର୍ଷ କେବଳ ମଦ୍ୟପାନ କାରଣରୁ ପ୍ରାୟ ୨ ଲକ୍ଷ ୬୦ ହଜାରରୁ ୨ ଲକ୍ଷ ୮୦ ହଜାର ବ୍ୟକ୍ତିଙ୍କ ମୃତ୍ୟୁ ହେଉଛି। ମଦ୍ୟପାନ କରି ଗାଡ଼ି ଚଳାଇ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କ ତାଲିକାରେ ଓଡ଼ିଶା ଦ୍ଵିତୀୟ ସ୍ଥାନରେ ରହିବା ଅତ୍ୟନ୍ତ ଚିନ୍ତାଜନକ ବୋଲି ସେ ସ୍ୱୀକାର କରିଛନ୍ତି। ଗତବର୍ଷ ଆରମ୍ଭ ହୋଇଥିବା ‘ଜୀବନ ଜିନ୍ଦାବାଦ’ ଅଭିଯାନ ଆତ୍ମହତ୍ୟା ପ୍ରବୃତ୍ତିକୁ ରୋକିବାରେ ବଡ଼ ସଫଳତା ଦେଇଥିବାବେଳେ, ବର୍ତ୍ତମାନର ‘ଜୀବନ ଜିନ୍ଦାବାଦ ୨.୦’ ଯୁବବର୍ଗଙ୍କୁ ନିଶାରୁ ଦୂରେଇ ରଖି ଶିକ୍ଷା, କ୍ରୀଡ଼ା ଓ ସୃଜନଶୀଳତା ଆଡ଼କୁ ଆକର୍ଷିତ କରିବାର ଏକ ବ୍ୟାପକ ପ୍ରୟାସ ବୋଲି ସେ ମତବ୍ୟକ୍ତ କରିଛନ୍ତି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button