ରାଜ୍ୟ

Judgement: ଓଡ଼ିଶା ହାଇକୋର୍ଟରୁ ବିଦ୍ୟାଭାରତୀଙ୍କୁ ମିଳିଲା ସାମୟିକ ଆଶ୍ବସ୍ତି

ବହୁ ଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡାଙ୍କ ଆ‌ବେଦନ ସୁପ୍ରିମକୋର୍ଟରେ ଖାରଜ ହୋଇଛି। ବିଦ୍ୟାଭାରତୀଙ୍କ ଆବେଦନକୁ ଖାରଜ କରି ଓଡ଼ିଶା ହାଇକୋର୍ଟ ୨୦୨୬, ସେପ୍ଟେମ୍ବର ୩ରେ ପ୍ରଦାନ କରିଥିବା ନିର୍ଦ୍ଦେଶ ବିରୋଧରେ...

କଟକ: ବହୁ ଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡାଙ୍କ ଆ‌ବେଦନ ସୁପ୍ରିମକୋର୍ଟରେ ଖାରଜ ହୋଇଛି। ବିଦ୍ୟାଭାରତୀଙ୍କ ଆବେଦନକୁ ଖାରଜ କରି ଓଡ଼ିଶା ହାଇକୋର୍ଟ ୨୦୨୬, ସେପ୍ଟେମ୍ବର ୩ରେ ପ୍ରଦାନ କରିଥିବା ନିର୍ଦ୍ଦେଶ ବିରୋଧରେ ସେ ସୁପ୍ରିମକୋର୍ଟରେ ଏସଏଲପି ଦାୟର କରିଥିଲେ। ବିଦ୍ୟାଭାରତୀ ଆଗୁଆ ଜାମିନ ପାଇଁ ଆବେଦନ କରି ପାରିବେ ବୋଲି ସୁପ୍ରିମକୋର୍ଟ କହିବା ସହିତ ତାଙ୍କ ଏସଏଲପିକୁ ଖାରଜ କରିଛନ୍ତି। ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଓ ଜଷ୍ଟିସ ଶ୍ରୀ ଚନ୍ଦ୍ରଶେଖରଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଦ୍ୟାଭାରତୀଙ୍କ ଏସଏଲପିର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷରେ ଓଡ଼ିଶା ହାଇକୋର୍ଟରୁ ବିଦ୍ୟାଭାରତୀଙ୍କୁ ଆଜି ସାମୟିକ ଆଶ୍ବସ୍ତି ମିଳିଛି। ଅକ୍ଟୋବର ୧ ତାରିଖ ବା ଏହା ପୂର୍ବରୁ ପାରଳାଖେମୁଣ୍ଡି ଏସଡିଜେଏମ ଅଦାଲତରେ ହାଜର ହେବାକୁ ବିଦ୍ୟାଭାରତୀଙ୍କୁ ହାଇକୋର୍ଟ ଗତ ସେପ୍ଟେମ୍ବର ୩ରେ ଦେଇଥିବା ନିର୍ଦ୍ଦେଶରେ ପରିବର୍ତ୍ତନ କରିବାକୁ ଓ ହାଜର ହୋବକୁ ଅଧିକ ସମୟ ପ୍ରଦାନ ପ୍ରସଂଗ ନେଇ ଦାୟର ଅନ୍ତରୀଣ ଆବେଦନର ଆଜି ଶୁଣାଣି ହୋଇଥିଲା। ହାଜର ହେବା ପାଇଁ ଧାର୍ଯ୍ୟ ସମୟସୀମା ବୃଦ୍ଧି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅକ୍ଟୋବର ୩୦ ସୁଦ୍ଧା ଏସଡିଜେଏମ ଅଦାଲତରେ ହାଜର ହୋବକୁ ବିଦ୍ୟାଭାରତୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଶିବଶଙ୍କର ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଦ୍ୟାଭାରତୀଙ୍କ ଅନ୍ତରୀଣ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button