Lingaraj Peetha: ଲିଙ୍ଗରାଜ ପୀଠରେ ‘ସୋମନାଥ ସ୍ୱାଭିମାନ ପର୍ବ’

ଭୁବନେଶ୍ୱର: ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ଶ୍ରୀଲିଙ୍ଗରାଜଙ୍କ ପୀଠରେ ‘ସୋମନାଥ ସ୍ୱାଭିମାନ ପର୍ବ’ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ସୋମନାଥ ଓ ଶ୍ରୀଲିଙ୍ଗରାଜଙ୍କ ମଧ୍ୟରେ ଥିବା ଅଦୃଶ୍ୟ ଓ ଗଭୀର ସମ୍ପର୍କ ଉପରେ ଆଲୋକପାତ କରି କହିଲେ, ସୋମନାଥ ଯଦି ଭାରତର ପଶ୍ଚିମ ପ୍ରହରୀ, ତେବେ ଶ୍ରୀଲିଙ୍ଗରାଜ ହେଉଛନ୍ତି ପୂର୍ବର ଅବିଚଳିତ ଶକ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁଜରାଟର ପ୍ରଭାସ ପାଟନସ୍ଥିତ ସୋମନାଥ ମନ୍ଦିରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ପରିଚାଳିତ ଭବ୍ୟ ସମାରୋହର ସିଧାପ୍ରସାରଣ ଦେଖିଥିଲେ।

ସୌଜନ୍ୟ ସମ୍ବାଦ