ରାଜ୍ୟ

Maternal mortality: ମାତୃମୃତ୍ୟୁ ହାର ସର୍ବନିମ୍ନ ସ୍ତରକୁ ଆଣିବାକୁ ପଦକ୍ଷେପ ନିଅ: ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟ, ପୁଷ୍ଟିସାଧନ ଓ ଗୁଣାତ୍ମକ ଶିକ୍ଷା ମାଧ୍ୟମରେ ହିଁ ଏକ ମଜଭୁତ ସମାଜ ଗଠନ ହୋଇପାରିବ। ଜନସାଧାରଣଙ୍କ ମୌଳିକ ଆବଶ୍ୟକତା ସହ ଜଡ଼ିତ ଏହି କ୍ଷେତ୍ରଗୁଡ଼ିକର କାର୍ଯ୍ୟଦକ୍ଷତା ଆହୁରି ଉନ୍ନତ ହେବା ଆବଶ୍ୟକ।

ଭୁବନେଶ୍ବର: ସ୍ୱାସ୍ଥ୍ୟ, ପୁଷ୍ଟିସାଧନ ଓ ଗୁଣାତ୍ମକ ଶିକ୍ଷା ମାଧ୍ୟମରେ ହିଁ ଏକ ମଜଭୁତ ସମାଜ ଗଠନ ହୋଇପାରିବ। ଜନସାଧାରଣଙ୍କ ମୌଳିକ ଆବଶ୍ୟକତା ସହ ଜଡ଼ିତ ଏହି କ୍ଷେତ୍ରଗୁଡ଼ିକର କାର୍ଯ୍ୟଦକ୍ଷତା ଆହୁରି ଉନ୍ନତ ହେବା ଆବଶ୍ୟକ। ତେଣୁ ସଂପୃକ୍ତ ବିଭାଗଗୁଡ଼ିକୁ ଅଧିକ ତତ୍ପର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଲୋକସେବା ଭବନରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସାମାଜିକ କ୍ଷେତ୍ରର ସମସ୍ୟା ସମାଧାନ ଓ ଉନ୍ନତି ପାଇଁ ଏକ ଉଚ୍ଚସ୍ତରୀୟ ‘ପ୍ରୟାସ’ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସାମାଜିକ କ୍ଷେତ୍ରର ବିଭିନ୍ନ ଜଟିଳ ସମସ୍ୟାକୁ ତୃଣମୂଳ ସ୍ତରରେ ଅନୁଧ୍ୟାନ କରି ସେଗୁଡ଼ିକର ସ୍ଥାୟୀ ତଥା ତ୍ୱରିତ ସମାଧାନ ପାଇଁ ଏକ ଗଠନମୂଳକ ପ୍ଲାଟଫର୍ମର ଆବଶ୍ୟକତା ଉପରେ ଗୁରୁତ୍ବାରୋପ କରାଯାଇଛି। ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକାରିତାକୁ ନେଇ ବିସ୍ତୃତ ସମୀକ୍ଷା ହୋଇଛି।

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button