Breaking News

ବିଜୁଳି ସମସ୍ୟା ଦେଖାଦେଲେ ତୁରନ୍ତ କର ସମାଧାନ, ବିଦ୍ୟୁତ ବିତରଣ କମ୍ପାନୀଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ସୋସିଆଲ ମିଡ଼ିଆରେ ଅଭିଯୋଗ ଆସିଲେ ତୁରନ୍ତ ନିଅ ପଦକ୍ଷେପ

0

ଭୁବନେଶ୍ବର: ବିଦ୍ୟୁତ କାଟକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ। ହୋଇଛି। ଉକ୍ତ ବୈଠକରେ ବିଜୁଳି ସମସ୍ୟା ନେଇ ଆଲୋଚନା ହୋଇଛି।  ବିଶେଷ କରି କାଳବୈଶାଖୀ ପରେ ପୁନରୁଦ୍ଧାର କାର୍ଯ୍ୟ କିପରି ଶୀଘ୍ର ହୋଇ ପାରିବ ଏବଂ ଯେଉଁଠି ବିଦ୍ୟୁତ ସମସ୍ୟା ହେଉଛି ତାକୁ ତୁରନ୍ତ ସମାଧାନ କରିବା ପାଇଁ ଡିସକମ୍ ମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିବା ସୂଚନା ରହିଛି।

କଣ୍ଟ୍ରୋଲ ରୁମକୁ ଗୁରୁତ୍ଵ ଦେଇ ବିଦ୍ୟୁତ ଯୋଗାଇବା ଲାଗି ସେ କହିଛନ୍ତି। ବିଦ୍ୟୁତ କାଟ ସମସ୍ୟାକୁ ଦୂର କରିବା ତତକାଳ ପଦକ୍ଷେପ ନେବାକୁ ଶକ୍ତି ବିଭାଗ ଓ ବିତରଣ କମ୍ପାନିକୁ କହିଛନ୍ତି। ଉଭୟଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରି ବିଦ୍ୟୁତ୍ ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ସବ ଷ୍ଟେସନ ଓ ଷ୍ଟେସନ ସହ ଯୋଗାଯୋଗ କରି ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଛଡ଼ା ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗକୁ ଗୁରୁତର ସହ ନେଇ ଯଥା ଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କ କଲ ଆସିଲେ ଆଟେଣ୍ଡ କରିବାକୁ ଓ ପୁନରୁଦ୍ଧାର କାର୍ଯ୍ୟ ଶେଷ କରିବାକୁ କୁହାଯାଇଛି।

ବିଶେଷକରି କାଳବୈଶାଖୀ ପରେ ପୁନରୁଦ୍ଧାର କାର୍ଯ୍ୟ କିପରି ଶୀଘ୍ର ହୋଇପାରିବ ଏବଂ ଯେଉଁଠି ବିଜୁଳି ସମସ୍ୟା ହେଉଛି ତାକୁ ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ବିଦ୍ୟୁତ ବିତରଣ କମ୍ପାନୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବିଦ୍ୟୁତ୍ କାଟ୍ ସମସ୍ୟାକୁ ଦୂର କରିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

ଶକ୍ତି ବିଭାଗ ଓ ବିତରଣ କମ୍ପାନୀ ମଧ୍ୟରେ ସମନ୍ୱୟ ରକ୍ଷା କରି ବିଦ୍ୟୁତ୍ ଯୋଗାଇଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସବ ଷ୍ଟେସନ ଓ ଷ୍ଟେସନ ସହ ଯୋଗାଯୋଗ କରି ନିରବଛିନ୍ନ ବିଦ୍ୟୁତ୍ ଯୋଗାଇଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସୋସିଆଲ ମିଡ଼ିଆରେ ଆସୁଥିବା ଅଭିଯୋଗକୁ ଗୁରୁତର ସହ ନେଇ ଯଥାଶୀଘ୍ର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ବିଜୁଳି କଟିବା ନେଇ ଲୋକଙ୍କ ଫୋନ କଲ ଆସିଲେ ତୁରନ୍ତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କାଳବୈଶାଖୀ, ବଜ୍ରପାତ ଆଦି ପରେ ବିଦ୍ୟୁତ ଯୋଗାଣକୁ ତ୍ୱରାନ୍ୱିତ କରିବା ପାଇଁ ବିତରଣ କମ୍ପାନୀ (ଡିସକମ୍)ମାନଙ୍କ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ବୈଠକରେ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଓଇଆରସିର ନିର୍ଦ୍ଦେଶକ (ନିୟାମକ), ଡିସକମର ମୁଖ୍ୟ ନିର୍ବାହୀ ଅଧିକାରୀ ଏବଂ ମୁଖ୍ୟ ଅପରେଟିଂ ଅଫିସର, ଗ୍ରିଡକୋର ପରିଚାଳନା ନିର୍ଦ୍ଦେଶକ ଏବଂ ନିର୍ଦ୍ଦେଶକ (ଫାଇନାନ୍ସ ଓ କର୍ପୋରେଟ୍ ବ୍ୟାପାର) ପ୍ରମୁଖ ଉପସ୍ଥିତ ଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ପ୍ରକାଶ କରିଥିଲେ ଯେ, ଆଇଏମଡିର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଜାରି ରହିବ, ଯାହା ଦ୍ୱାରା ବିଦ୍ୟୁତ୍ ବାଧାପ୍ରାପ୍ତ ହୋଇପାରେ। ତେଣୁ ବାରମ୍ବାର ବିଦ୍ୟୁତ୍ ବିଭ୍ରାଟକୁ ରୋକିବା ଏବଂ ବିଦ୍ୟୁତ୍ ଚାଲିଗଲେ ଶୀଘ୍ର ପୁନରୁଦ୍ଧାର ପାଇଁ ଡିସକମ ଗୁଡ଼ିକ ପର୍ୟ୍ୟାପ୍ତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି।

ଏହି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ମାନବ ସମ୍ବଳ ଏବଂ ସାମଗ୍ରୀ ସଂଗ୍ରହ ବିଷୟରେ ଡିସକମର ସିଇଓମାନେ ଅବଗତ କରାଇଥିଲେ। ସୋସିଆଲ ମିଡିଆରେ ଗ୍ରାହକଙ୍କ ଅଭିଯୋଗର ଉତ୍ତର ଦେବା ପାଇଁ ନିୟୋଜିତ କଷ୍ଟମର କଲ୍ ସେଣ୍ଟର ଏବଂ ଉତ୍ସର୍ଗୀକୃତ ଟିମ୍ ର କ୍ଷମତା ବୃଦ୍ଧି ବିଷୟରେ ମଧ୍ୟ ବିଦ୍ୟୁତ ବିତରଣ କମ୍ପାନୀମାନେ ସୂଚନା ଦେଇଥିଲେ। ଡିସକମ୍ ତରଫରୁ କୁହାଯାଇଥିଲା ଯେ, ସିଷ୍ଟମ ମଜବୁତ କରିବା ପାଇଁ କ୍ୟାପେକ୍ସ ପ୍ରସ୍ତାବ ଓଇଆରସି ଅନୁମୋଦନ ପାଇଁ ଦାଖଲ କରାଯାଏ।

ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଧଳ କହିଛନ୍ତି ଯେ, ପ୍ରାକ୍ ମୌସୁମୀ ଗଛ କାଟିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଶକ୍ତି ବିଭାଗ ଡିସକମ୍ ଗୁଡ଼ିକୁ ନିର୍ଦ୍ଦେଶ ଦେଇଛି, ଯାହାଦ୍ୱାରା ବାତ୍ୟା ଓ କାଳବୈଶାଖୀ ଜନିତ କ୍ଷୟକ୍ଷତି କୁ କମ୍ କରାଯାଇପାରିବ। ସେ ମଧ୍ୟ ଉପକୂଳବର୍ତ୍ତୀ ଅଞ୍ଚଳରେ ଉନ୍ନତମାନର ଇନସୁଲେଟର ଲଗାଇବା ଏବଂ କ୍ଷତିଗ୍ରସ୍ତ ଇନ୍ସୁଲେଟରଗୁଡିକୁ ବଦଳାଇବାକୁ ଡିସକମ୍ ମାନଙ୍କୁ ପରାମର୍ଶ ଦେଇଥିଲେ, ଯାହାଦ୍ୱାରା କଣ୍ଡକ୍ଟର ନଷ୍ଟ ବା କ୍ଷୟକ୍ଷତିକୁ ଏଡ଼ାଇ ଦିଆଯାଇପାରିବ।

ପ୍ରବଳ ଗରମ ଏବଂ ଅଧିକ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ବିପର୍ୟ୍ୟୟ ପରିଚାଳନା ଯୋଜନା ଅନୁଯାୟୀ ବିଭିନ୍ନ କାର୍ୟ୍ୟକଳାପକୁ ସୁନିଶ୍ଚିତ କରିବାକୁ ଡିସକମଗୁଡିକୁ ନିର୍ଦ୍ଦେଶ ଦିଆଯାଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି। ଡିସକମଗୁଡ଼ିକୁ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହିବାକୁ ପରାମର୍ଶ ଦିଆଯାଇଥିଲା। ବିଭିନ୍ନ ପ୍ଲାଟଫର୍ମରେ ଉଠାଯାଇଥିବା ପ୍ରସଙ୍ଗଗୁଡ଼ିକ ପ୍ରତି ଶୀଘ୍ର ଓ ନିର୍ଦ୍ଦିଷ୍ଟ ହେବା ଉଚିତ୍ ବୋଲି ସେ କହିଥିଲେ।

ଆସନ୍ତା ୧୦-୧୫ ବର୍ଷର ବିଦ୍ୟୁତ୍ ଚାହିଦା ଅଭିବୃଦ୍ଧି ଓ ଶିଳ୍ପାୟନ ପାଇଁ ଦୀର୍ଘମିଆଦୀ ଟ୍ରାନ୍ସମିସନ୍ ଆଣ୍ଡ ଡିଷ୍ଟ୍ରିବ୍ୟୁସନ୍ ପ୍ଲାନ୍ ପ୍ରସ୍ତୁତ କରିବାକୁ ଓପିଟିସିଏଲ୍ ଓ ଡିସକମମାନଙ୍କୁ ପରାମର୍ଶ ଦିଆଯାଇଛି। ବାର୍ଷିକ କ୍ୟାପେକ୍ସ ଯୋଜନା ପରିବର୍ତ୍ତେ ଡିସକମମାନଙ୍କୁ ୩ରୁ ୫ ବର୍ଷ ପାଇଁ ବହୁବର୍ଷିଆ କ୍ୟାପେକ୍ସ ପ୍ଲାନ୍ ଦାଖଲ କରିବାକୁ ବୈଠକରେ ପରାମର୍ଶ ଦିଆଯାଇଥିଲା। ଭୁବନେଶ୍ୱର, କଟକ, ପୁରୀ, ବାଲେଶ୍ୱର, ବ୍ରହ୍ମପୁର, ସମ୍ୱଲପୁର ଓ ରାଉରକେଲା ଆଦି ବିଭିନ୍ନ ମହାନଗର ନିଗମ, ପୌରାଂଚଳ ଆଦି ସମେତ ଗ୍ରାମାଂଚଳରେ ମଧ୍ୟ ଆକଳିତ ଲୋଡ୍ ଅଭିବୃଦ୍ଧିକୁ ପୂରଣ କରିବା ପାଇଁ ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବାକୁ ଡିସକମ୍ ମାନଙ୍କୁ ପରାମର୍ଶ ଦିଆଯାଇଛି।
ଡିସକମଗୁଡ଼ିକ ସେମାନଙ୍କ କ୍ୟାପେକ୍ସ ଯୋଜନା ଅଧୀନରେ ବିଭିନ୍ନ ସିଷ୍ଟମ୍ ଉନ୍ନତି କାର୍ୟ୍ୟ କରିବାକୁ ପ୍ରସ୍ତାବ ଦେଇଥିବାରୁ ବିଦ୍ୟୁତ୍ ନିୟାମକ ଆୟୋଗଙ୍କୁ ଏହାକୁ ତତ୍ପରତାର ସହ ଧ୍ୟାନ ଦେଇ ଆବଶ୍ୟକ ଅନୁମୋଦନ ପ୍ରଦାନ କରିବା ପାଇଁ ଅନୁରୋଧ କରାଯାଇଛି।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ମହୋତ୍ସବ ଅବସରରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣ ସୁନିଶ୍ଚିତ କରିବାକୁ ଡିସକମ୍ ମାନଙ୍କୁ ପରାମର୍ଶ ଦିଆଯାଇଛି। ବିଜନେସ୍ ଆସୋସିଏଟ୍ସ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ଡିସକମ୍ ଚବିଶ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଚଳାଇବା ଉଚିତ୍ । ସେମାନେ ପର୍ଯ୍ୟାପ୍ତ ମାନବ ସମ୍ବଳ ଏବଂ ଉପକରଣ ଯଥା ପୋଲ ଇରେକ୍ଟର/ ପୋଲ ମାଷ୍ଟର, ଡିଜି ସେଟ୍, ଇନଫ୍ଲେଟେବଲ୍ ଟାୱାର ଲାଇଟ୍ ଇଦ୍ୟାଦି କାର୍ୟ୍ୟ ପାଇଁ ପାଳିରେ ଡ୍ୟୁଟି କରିବା ଆବଶ୍ୟକ। ଡିସ୍କମମାନଙ୍କରେ ରହିଥିବା ଡିଭିଜନ, ସବ୍ ଡିଭିଜନ ଏବଂ ସେକ୍ସନଗୁଡ଼ିକର କାର୍ୟ୍ୟଦକ୍ଷତା ନିୟମିତ ଭାବେ ତଦାରଖ କରାଯିବା ସହ ବ୍ୟବସ୍ଥାରେ ଥିବା ଅକ୍ଷମତାକୁ ଦୂର କରିବାକୁ ହେବ। ବିଳମ୍ବିତ ସମାଧାନ ଆବଶ୍ୟକ କରୁଥିବା ନିର୍ଦ୍ଦିଷ୍ଟ ସମସ୍ୟା ଥିଲେ ଉପଭୋକ୍ତାଙ୍କୁ ଆଗୁଆ ପର୍ଯ୍ୟାପ୍ତ ସୂଚନା ଦିଆଯାଇପାରିବ । ତେବେ ଏଭଳି ପରିସ୍ଥିତିକୁ ଏଡ଼ାଇ ବା ସର୍ବନିମ୍ନ ସ୍ତରକୁ ହ୍ରାସ କରାଯିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି।

Leave A Reply

Your email address will not be published.