ରାଜ୍ୟ

Mission Shakti: ମିଶନ ଶକ୍ତି କମିଶନର-ତଥା-ଶାସନ ସଚିବଙ୍କ ରାୟଗଡ଼ ବ୍ଲକ ଗସ୍ତ; ମା’ ଗୃହ ଓ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ

ଆଶ୍ରୟ ନେଇଥିବା ସମସ୍ତ ବ୍ୟକ୍ତି, ବିଶେଷ କରି ଗର୍ଭବତୀ ମହିଳା ଓ ଶିଶୁମାନଙ୍କର ଯେପରି କୌଣସି ପ୍ରକାର ଅସୁବିଧା ନ ହୁଏ, ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ସେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଗଜପତି: ମିଶନ ଶକ୍ତି ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ଭାଲ ଆଜି ରାୟଗଡ଼ ବ୍ଲକ ଗସ୍ତ କରି ବିଭିନ୍ନ ‘ମା’ ଗୃହ’ ଏବଂ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି। ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ସହ ସେଠାରେ ଆଶ୍ରୟ ନେଇଥିବା ଲୋକଙ୍କ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଏହି ପରିଦର୍ଶନ ଅବସରରେ ଶ୍ରୀମତୀ ନିମ୍ଭାଲ ଆଶ୍ରୟସ୍ଥଳୀ ଓ ମା’ ଗୃହକୁ ସ୍ଥାନାନ୍ତରିତ ହୋଇଥିବା ଗର୍ଭବତୀ ମହିଳା ଏବଂ ଅନ୍ୟାନ୍ୟ ଲୋକଙ୍କ ସହ ପ୍ରତ୍ୟକ୍ଷ ଭାବେ ଆଲୋଚନା କରିଥିଲେ। ସେଠାରେ ଯୋଗାଇ ଦିଆଯାଉଥିବା ମୌଳିକ ସୁବିଧା, ଖାଦ୍ୟ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା ଏବଂ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ସେ ପଚାରି ବୁଝିଥିଲେ। ଆଶ୍ରୟ ନେଇଥିବା ସମସ୍ତ ବ୍ୟକ୍ତି, ବିଶେଷ କରି ଗର୍ଭବତୀ ମହିଳା ଓ ଶିଶୁମାନଙ୍କର ଯେପରି କୌଣସି ପ୍ରକାର ଅସୁବିଧା ନ ହୁଏ, ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ସେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଶାସନ ସଚିବଙ୍କ ଏହି ଗସ୍ତ ସମୟରେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ITDA) ର ପ୍ରକଳ୍ପ ପ୍ରଶାସକ (PA), ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ (BDO), ଜିଲ୍ଲା ପ୍ରକଳ୍ପ ପରିଚାଳକ (DPM), ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (CDPO) ଙ୍କ ସମେତ ବ୍ଲକ ପ୍ରଶାସନର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

 

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button