ରାଜ୍ୟ
Naxal-free Odisha: ରାଷ୍ଟ୍ରୀୟ ଏକତା ଦିବସ ପରେଡ୍ରେ ଯୋଗଦେବେ ଓଡ଼ିଶାର ହଜାରେ ପ୍ରତିନିଧି: ନକ୍ସଲମୁକ୍ତ ଓଡ଼ିଶାର ପ୍ରତିନିଧିତ୍ୱ କରିବେ
ଆସନ୍ତା ୩୧ ତାରିଖରେ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୧ତମ ଜନ୍ମବାର୍ଷିକୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତାନଗରସ୍ଥିତ ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ନିକଟରେ ଜାତୀୟ ପରେଡ୍ ଅନୁଷ୍ଠିତ ହେବ।

ଭୁବନେଶ୍ୱର: ଆସନ୍ତା ୩୧ ତାରିଖରେ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୧ତମ ଜନ୍ମବାର୍ଷିକୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତାନଗରସ୍ଥିତ ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ନିକଟରେ ଜାତୀୟ ପରେଡ୍ ଅନୁଷ୍ଠିତ ହେବ। ଏଥିରୁ ରାଜ୍ୟର ୧୯ଟି ନକ୍ସଲମୁକ୍ତ ଜିଲ୍ଲାରୁ ପ୍ରାୟ ଏକ ହଜାର ପ୍ରତିନିଧି ଯୋଗ ଦେବେ। ସେମାନେ ଶାନ୍ତି, ସୁରକ୍ଷା ଓ ପ୍ରଗତିର ପ୍ରତୀକ ଭାବେ ଓଡ଼ିଶାର ପ୍ରତିନିଧିତ୍ୱ କରିବେ। ଏହି ପ୍ରତିନିଧିମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍ ଆଜି ଗୁଜରାଟ ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ଭୁବନେଶ୍ୱର ନୂଆ ରେଳ ଷ୍ଟେସନରୁ ଏହି ଟ୍ରେନ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।
ସୌଜନ୍ୟ ସମ୍ବାଦ




