ରାଜ୍ୟ

Nijukti Mela: ଆଜି ନିଯୁକ୍ତି ମେଳା, ୧୧୦୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର,୨୬/୯: ଆଜି ନିଯୁକ୍ତି ମେଳା ଅନୁଷ୍ଠିତ ହେବ । ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ୧୧୦୧ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ନିଯୁକ୍ତ ୯୦୬ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ । ଏଥିସହ ସମବାୟ ବିଭାଗରେ ୧୭ଜଣ, ଅର୍ଥ ବିଭାଗରେ ୧୦୬ଜଣ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ୭୨ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ଏହି ଅବସରରେ ଶିଶୁ, କିଶୋର ଓ ଯୁବବର୍ଗଙ୍କ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ସଂପର୍କିତ ‘ମାନସିକ ସ୍ୱାସ୍ଥ୍ୟ ନିର୍ଦ୍ଦେଶାବଳୀ’ ପୁସ୍ତକ ଲୋକାର୍ପିତ କରାଯିବ ।

 

 

 

 

 

ସୌଜନ୍ୟ ପ୍ରମେୟ

Show More

Leave a Reply

Your email address will not be published. Required fields are marked *

Back to top button