ରାଜ୍ୟ

Odisha Cyclone Preparedness: ୫ ଜିଲ୍ଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି: ୨୪ଟି ଓଡ୍ରାଫ୍‌, ୬ଏନ୍‌ଡିଆର୍‌ଏଫ୍‌ ଟିମ୍‌ ମୁତୟନ

ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ୨୪ଟି ଓଡ୍ରାଫ୍ ଓ ୬ଟି ଏନ୍‌ଡିଆର୍‌ଏଫ୍ ଟିମ୍ ମୁତୟନ ହୋଇଛନ୍ତି। ଆଶ୍ରୟସ୍ଥଳୀ, ନିୟନ୍ତ୍ରଣ କକ୍ଷ ଓ ଜରୁରୀକାଳୀନ ସେବା ପାଇଁ ପ୍ରଶାସନ ପ୍ରସ୍ତୁତି ଜୋରଦାର କରିଛି।

ଭୁବନେଶ୍ୱର: ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ୨୮ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଉଛି।  ତେବେ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବାର ଅଧିକ ସମ୍ଭାବନା ରହିଛି।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ଏବଂ ପ୍ରବଳରୁ ଅଧିକ ପ୍ରବଳ ବର୍ଷା ହେବ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲା– କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ୨୪ଟି ଓଡ୍ରାଫ୍‌, ୬ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌ ମୁତୟନ କରାଯାଇଥିବା ବେଳେ ପ୍ରତିରକ୍ଷା ବାହିନୀର ସହାୟତା ମଧ୍ୟ ଲୋଡ଼ାଯାଇଛି। ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲା ଜରୁରୀକାଳୀନ ଅପରେସନ୍ କେନ୍ଦ୍ର  ସମେତ ସମସ୍ତ ବ୍ଲକ, ତହସିଲ ଓ ପୌରାଞ୍ଚଳରେ ୨୪/୭ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକାରୀ କରାଯାଇଛି।ଟୋଲ୍-ଫ୍ରି ନମ୍ବର,ସମେତ ଜିଲ୍ଲାଗୁଡ଼ିକର ସ୍ୱତନ୍ତ୍ର ହେଲ୍ପଲାଇନ୍ ନମ୍ବର ଜନସାଧାରଣଙ୍କ ପାଇଁ ଉପଲବ୍ଧ ଅଛି।

 

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button