Odisha Dibas: ବିକଶିତ ଭାରତ ନିର୍ମାଣରେ କୁଶଳ ଏବଂ କର୍ମଠ ଓଡ଼ିଶାବାସୀଙ୍କ ଭୂମିକା ଉଲ୍ଲେଖନୀୟ

ନୂଆଦିଲ୍ଲୀ/ଭୁବନେଶ୍ବର: ଓଡ଼ିଶା ଦିବସ ଉପଲକ୍ଷେ ଓଡ଼ିଶାବାସୀ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ସାମଜିକ ଗଣମାଧ୍ୟମ ‘ଏକ୍ସ’ରେ ସେ କହିଛନ୍ତି, ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ। ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡ଼ିଶାର ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା ଦେଇଆସିଛି। ବିକଶିତ ଭାରତ ନିର୍ମାଣରେ କୁଶଳ ଏବଂ କର୍ମଠ ଓଡ଼ିଶାବାସୀଙ୍କ ଭୂମିକା ବେଶ୍ ଉଲ୍ଲେଖନୀୟ। ଆଜିର ଏହି ଶୁଭ ଅବସରରେ ଓଡ଼ିଶାବାସୀଙ୍କ ସୁଖ-ସମୃଦ୍ଧି ଓ ମଙ୍ଗଳ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି।

ସୌଜନ୍ୟ ସମ୍ବାଦ