Odisha Rice Millers ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲେ ଓଡିଶା ରାଇସ ମିଲର୍ସ ମହାସଂଘ ପ୍ରତିନିଧି

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଆଜି (ମଙ୍ଗଳବାର) ଓଡିଶା ରାଇସ୍ ମିଲର୍ସ ସଂଘ ପ୍ରତିନିଧିମାନେ ସାକ୍ଷାତ କରିଛନ୍ତି। ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।
ମନ୍ତ୍ରୀଙ୍କ ସରକାରୀ ବାସଭବନରେ ମିଲର୍ସ ମହାସଂଘର ସାଧାରଣ ସମ୍ପାଦକ ଲକ୍ଷ୍ମୀନାରାୟଣ ଦୀପକ ରଞ୍ଜନ ଦାସଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା ମନ୍ତ୍ରୀଙ୍କୁ ଭେଟି ମିଲର୍ସମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଆଗାମୀ ଦିନରେ ସରକାରଙ୍କ ବିଭିନ୍ନ କାର୍ଯ୍ୟରେ ସହଯୋଗ ଜାରି ରହିବ ବୋଲି କହିଥିଲେ ।
ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମିଲିଂ ଦରକୁ ଦୁଇଗୁଣା ବୃଦ୍ଧି କରିଛନ୍ତି । ଉଷୁନା ଚାଉଳର ମିଲିଂ ଦର ପୂର୍ବରୁ କ୍ୱିଣ୍ଟାଲ ପିଛା ୨୦ ଟଙ୍କା ଥିବା ବେଳେ ଏହାକୁ ୪୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଅରୁଆ ଚାଉଳର ମିଲିଂ ଦର କ୍ୱିଣ୍ଟାଲ ପିଛା ୧୦ ଟଙ୍କା ଥିବା ବେଳେ ଏହାକୁ ୨୦ ଟଙ୍କାକୁ ବୃଦ୍ଧି କରାଯାଇଛି ।
ଗତ କିଛି ବର୍ଷ ମଧ୍ୟରେ ଶ୍ରମିକ ମଜୁରୀ, ଇନ୍ଧନଏବଂ ଅନ୍ୟାନ୍ୟ ମିଲିଂ ସାମଗ୍ରୀର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ମିଲିଂ ଦର ବୃଦ୍ଧି କରାଯାଇଛି । ଏହାଦ୍ୱାରା ମିଲର ମାନଙ୍କ ସମସ୍ୟା ଦୂର ହେବା ସହ ଚାଷୀ ମାନଙ୍କ ଠାରୁ ସୁରୁଖୁରରେ ଧାନ ସଂଗ୍ରହ ହୋଇପାରିବ ।
ସୌଜନ୍ୟ ସମ୍ବାଦ




