ରାଜ୍ୟ
Odisha Teachers’ Issues ସରକାରଙ୍କୁ ମିଳିଲା ଶିକ୍ଷକଙ୍କ ସମସ୍ୟାର ରିପୋର୍ଟ
ଓଡ଼ିଶାର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ନେଇ ଗଠିତ କମିଟି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଛି। କମିଟିର ସୁପାରିଶ ଅନୁଧ୍ୟାନ କରି ଉପଯୁକ୍ତ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

କମିଟିର ସୁପାରିଶ ଉପରେ ଉପଯୁକ୍ତ ନିଷ୍ପତ୍ତି ନିଆଯିବ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଗଠିତ କମିଟି ନିଜର ରିପୋର୍ଟ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ପ୍ରଦାନ କରିଛନ୍ତି ।
ସୌଜନ୍ୟ ସମ୍ବାଦ




