Breaking News

ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ: ବିଜ୍ଞାନରେ ୮୪.୯୩ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ

ସିଏଚଏସଇ ନୂଆ ବ୍ୟବସ୍ଥା : ଯୁକ୍ତଦୁଇ ପାସ କରିଥିବା ଛାତ୍ରଛାତ୍ରୀ ଡିଜି ଲକରରୁ ପାଇପାରିବେ ସେମାନଙ୍କ ସାର୍ଟିଫିକେଟ

0

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ବିଜ୍ଞାନରେ ପାସ୍ ହାର ରହିଛି  ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ହୋଇଥିବା ଜଣାଯାଇଛି। ଚଳିତ ବର୍ଷ ବିଜ୍ଞାନରେ ପରୀକ୍ଷା ଦେଇଥିଲେ ୯୩,୭୩୪ ଛାତ୍ରଛାତ୍ରୀ । ସେଥିମଧ୍ୟରୁ ୭୮,୯୩୮ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ପାସ କରିଛନ୍ତି।

ଏଣେ ବାଣିଜ୍ୟରେ ମୋଟ୍ ୨୪,୦୮୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୯,୫୩୬ ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ୭୪୧୦ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ, ୪୫୪୩ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଓ ୭୪୯୨ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।

ବୁଧବାର ପୂର୍ବାହ୍ନ ୧୧ଟାରେ ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଓ ବିଭାଗୀୟ ସଚିବ ଅଶ୍ବଥୀ ଏସ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ। ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ। କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଜୁନ୍‌ ୮ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବା ପରିଷଦ ଅଧ୍ୟକ୍ଷ ଅଶ୍ବିନୀ କୁମାର ମିଶ୍ର ସୂଚନା ଦେଇଛନ୍ତି।

ଏଣିକି ଯୁକ୍ତଦୁଇ ପାସ କରିଥିବା ଛାତ୍ରଛାତ୍ରୀ ସେମାନଙ୍କ ସାର୍ଟିଫିକେଟ ଡିଜି ଲକରରୁ ପାଇପାରିବେ । ଏଭଳି ନୂଆ ବ୍ୟବସ୍ଥା ସିଏଚଏସଇ ପକ୍ଷରୁ କରାଯାଇଛି ।

-ଛାତ୍ରଛାତ୍ରୀ ପ୍ରୋଭିଜିନାଲ, ମାର୍କସିଟ୍ ଓ ସାର୍ଟିଫିକେଟ ଡିଜି ଲକରରୁ ପାଇପାରିବେ
-ଏ ନେଇ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ୬ଡିଜିଟ ନମ୍ବର ଦିଆଯିବ
-ଜୁନ ୧୦ ପରେ ଛାତ୍ରଛାତ୍ରୀ ଡିଜି ଲକରରୁ ସାର୍ଟିଫିକେଟ ଅପଲୋଡ କରିପାରିବେ
-ଅଫଲାଇନ ସହିତ ଡିଜି ଲକରରେ ସାର୍ଟିଫିକେଟ ପାଇବେ ଛାତ୍ରଛାତ୍ରୀ

ରେଜଲ୍ଟ ପୁସ୍ତିକା ଉନ୍ମୋଚନ ପରେ ଏକଘଂଟା ପରେ ରେଜଲ୍ଟ ୱେବସାଇଟରେ ଉପଲବ୍ଧ ହେବ ବୋଲି କୁହାଯାଇଥିଲା । ହେଲେ ଦୁଇଘଂଟା ବିଳମ୍ବରେ ରେଜଲ୍ଟ ବାହାରିଥିଲା । ଯାହାକୁ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀ ଅସନ୍ତୋଷ ପ୍ରକାଶ କରିଥିଲେ । ଆଉ ସିଏଚଏସଇର ବ୍ୟବସ୍ଥା ପ୍ରତି ପ୍ରଶ୍ନ ଉଠାଇଥିଲେ ।

Leave A Reply

Your email address will not be published.