Breaking News

ଯୁକ୍ତ ୨ ପ୍ରଥମ କଟ୍‌ ଅଫ୍‌ ମାର୍କ ପ୍ରକାଶିତ: କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଆଗରେ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍ ମାର୍କ ତାଲିକା ଗୁରୁବାର ପ୍ରକାଶିତ ହୋଇଛି। ଏଥର ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆଗରେ ରହିଛି। ଏହି ଶିକ୍ଷାନୁଷ୍ଠାନରେ କଳାରେ ୮୦, ବିଜ୍ଞାନରେ ୯୧.୬୭ ଓ ବାଣିଜ୍ୟରେ ୭୯.୨୦ ପ୍ରତିଶତ କଟ୍‌ ଅଫ୍‌ ରହିଛି।

ଯୁକ୍ତ ଦୁଇ ପ୍ରଥମ କଟ୍‌ ଅଫ୍‌ ମାର୍କ ପ୍ରକାଶିତ ହୋଇଛି। ନିଜକୁ କେଉଁ କଲେଜରେ ସିଟ୍‌ ମିଳିଲା ଜାଣିବା ପାଇଁ ପିଲା ଓ ଅଭିଭାବକମାନେ ସାମ୍‌ ୱେସାଇଟ୍‌ https://www.samsodisha.gov.in/ ରେ କ୍ଲିକ୍‌ କରନ୍ତୁ। ୱେବ୍‌ସାଇଟ୍‌ରେ ପ୍ରବେଶ କଲା ପରେ ସ୍କୁଲ ଏବଂ ମାସ୍‌ ଏଜୁକେସନ ବିଭାଗରେ କ୍ଲିକ୍‌ କରନ୍ତୁ। ଏହା ପରେ ନିର୍ଦ୍ଧାରିତ ସ୍ଥାନରେ ଦିଆଯାଇଥିବା ଲିଙ୍କ ଉପରେ କ୍ଲିକ କରି ଆପଣ ପୂର୍ବରୁ ଚୟନ କରିଥିବା କଲେଜର କଟ୍‌ ଅଫ୍‌ ମାର୍କ ଦେଖନ୍ତୁ।

କଟ୍ ଅଫ୍‌ରେ ଶ୍ରେଷ୍ଠ ୧୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (କଳା)

-ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକ
-ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ
-ଡିଏଭି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଟିଟିଲାଗଡ଼
-ଫକୀର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାଲେଶ୍ବର
-ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭବାନୀପାଟଣା
-ଧରଣୀଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କେନ୍ଦୁଝର
-ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାଙ୍କୁଳୀ, କୋଷାଗୁମୁଡ଼ା, ନବରଂଗପୁର
-କମାଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭଟଲୀ, ବରଗଡ଼
-ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସୁନ୍ଦରଗଡ଼
-ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗୀର

କଟ୍ ଅଫ୍‌ରେ ଶ୍ରେଷ୍ଠ ୧୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ବିଜ୍ଞାନ)

-ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକ
-ଫକୀର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାଲେଶ୍ବର
-ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭୁବନେଶ୍ବର
-ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ବ୍ରହ୍ମପୁର
-ଉପେନ୍ଦ୍ରନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସୋର, ବାଲେଶ୍ବର
-ଜାତୀୟ କବି ବୀରକିଶୋର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକ
-ନୟାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ
-କୁନ୍ତଳା କୁମାରୀ ସାବତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ
-ବେସିକ ସାଇନ୍ସ ଆଣ୍ଡ ହ୍ୟୁମାନିଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭୁବନେଶ୍ବର
-ନରସିଂହ ଚୌଧୁରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଯାଜପୁର

କଟ୍ ଅଫ୍‌ରେ ଶ୍ରେଷ୍ଠ ୯ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ବାଣିଜ୍ୟ)

-ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକ
-ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲା
-ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭୁବନେଶ୍ବର
-ଜାତୀୟ କବି ବୀରକିଶୋର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକ
-ଶୈଳବାଳା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକ
– ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭବାନୀପାଟଣା
-ରାଜଧାନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭୁବନେଶ୍ବର
-ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବ୍ରହ୍ମପୁର
-ମୁନିସିପାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲା

ଶିକ୍ଷାବର୍ଷ ୨୦୨୩-୨୪ର ପ୍ରଥମ ଦଫାରେ ମୋଟ୍‌ ୪,୧୨,୩୬୮ ଜଣ ଛାତ୍ରଛାତ୍ରୀ ନାମ ଲେଖାଇବା ପାଇଁ ମନୋନୀତ ହୋଇଛନ୍ତି। ଏଥିରୁ କଳାରେ ୨,୫୩,୧୭୮, ବିଜ୍ଞାନରେ ୧,୨୧,୦୨୩ ଓ ବାଣିଜ୍ୟରେ ୨୫,୧୬୮ ଜଣ ସାମିଲ ଅଛନ୍ତି। ସେହିପରି ଉପଶାସ୍ତ୍ରୀରେ ୭,୭୭୯  ଓ ଭୋକେସନାଲରେ ୫,୨୦୦ ଛାତ୍ରଛାତ୍ରୀ ନାମ ଲେଖାଇବା ପାଇଁ ମନୋନୀତ ହୋଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ମୋଟ୍‌ ୨,୦୩,୫୪୩ ଛାତ୍ର, ୨,୦୮,୭୭୮ ଛାତ୍ର ଓ ୪୭ ଜଣ ଅନ୍ୟ ବର୍ଗରୁ ନାମ ଲେଖାଇବା ପାଇଁ ଚୟନ ହୋଇଥିବା ବେଳେ ୪,୭୨,୨୭୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୯,୯୧୧ ଜଣଙ୍କୁ ଦ୍ବତୀୟ ପର୍ଯ୍ୟାୟରେ ନାମ ଲେଖାଇବା ପାଇଁ ଚୟନ କରାଯିବ ବୋଲି ଜଣାପଡ଼ିଛି। ତେବେ ମାଧ୍ୟମିକ ଶିକ୍ଷା ବୋର୍ଡରୁ ଉତ୍ତୀର୍ଣ୍ଣ ହୋଇ ଯୁକ୍ତ ୨ରେ ପାଠ ପଢ଼ିବା ପାଇଁ ଆବେଦନ କରିଥିବା ୪,୪୮,୨୭୮ ଜଣଙ୍କ ମଧ୍ୟରୁ ୩,୮୯,୪୯୪ ଜଣଙ୍କୁ ପ୍ରଥମ ପର୍ଯ୍ୟାୟରେ ମନୋନୀତ କରାଯାଇଛି।

ଆଜି ପ୍ରକାଶିତ ତାଲିକାରେ ଯେଉଁ ଛାତ୍ରଛାତ୍ରୀମାନେ ସାମିଲ ହୋଇଛନ୍ତି, ସେମାନେ ଆସନ୍ତାକାଲି (ଜୁଲାଇ ୭) ଠାରୁ ୧୩ ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ଗତ ମେ’ ମାସ ୨୯ ତାରିଖ ଠାରୁ ନାମଲେଖା ଆବେଦନ ଆରମ୍ଭ ହୋଇଥିବା ବେଳେ ଜୁନ୍ ୩୦ରେ ଶେଷ ହୋଇଥିଲା । ନାମଲେଖା ପ୍ରକ୍ରିୟା ଜୁଲାଇ ୨୯ ତାରିଖ ସୁଦ୍ଧା ଶେଷ କରାଯିବ। ଅଗଷ୍ଟ ୧ ତାରିଖରୁ ଆରମ୍ଭ ହେବ ପାଠପଢ଼ା।

Comments are closed.